କ୍ଷମା ପ୍ରାର୍ଥନା କଲେ ମନୋଜ ମିଶ୍ର, ବ୍ୟାସକବି ଫକୀରମୋହନଙ୍କ ଉପରେ ଦେଇଥିଲେ ବିବାଦୀୟ ବୟାନ

ବ୍ୟାସକବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ 'ରାଣ୍ଡୀପୁଅ ଅନନ୍ତା'କୁ ନେଇ ବ୍ରିଭାନ୍ତିକର ମନ୍ତବ୍ୟ ଦେବା ପରେ ଶେଷରେ କ୍ଷମାପ୍ରାର୍ଥନା କରିଛନ୍ତି ଓଲିଉଡ ଅଭିନେତା ମନୋଜ ମିଶ୍ର। ରବିବାର ରାତିରେ ଏନେଇ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଭିଡିଓ ପୋଷ୍ଟ କରି ସେ କ୍ଷମା ମାଗିଛନ୍ତି ମନୋଜ।

Manoj Mishra

ମନୋଜ ମିଶ୍ର କହିଛନ୍ତି, ବ୍ୟାସ କବିଙ୍କ ଲେଖାକୁ ନେଇ ମୋର କୌଣସି ଜ୍ଞାନ ନାହିଁ। ଯଦି ଅଜାଣତରେ ମୁଁ କାହା ମନରେ ଦୁଃଖ ଦେଇଥାଏ, ତେବେ ସେଥିପାଇଁ ମୁଁ ଦୁଃଖିତ ବୋଲି ସେ ନିଜ ପୋଷ୍ଟରେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, ମନୋଜ ମିଶ୍ର ଦେଇଥିବା ବିବାଦୀୟ ବୟାନକୁ ନେଇ ବାଲେଶ୍ବରରେ ତୀବ୍ର ବିରୋଧ କରାଯାଇଥିଲା। ଏପରି କି ରବିବାର ସକାଳେ ବାଲେଶ୍ବର ଟାଉନ ଥାନାରେ ମନୋଜ ମିଶ୍ରଙ୍କ ନାଁରେ ଏତଲା ଦିଆଯାଇଥିଲା। ସପ୍ତାହେ ଭିତରେ ଅଭିନେତା ମନୋଜ ମିଶ୍ର ସର୍ବ ସମ୍ମୁଖରେ କ୍ଷମା ମାଗନ୍ତୁ, ନ ହେଲେ ଆମେ କୋର୍ଟକୁ ଯିବୁ ବୋଲି ରବିବାର ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ ଚେତାବନୀ ଦେଇଥିଲେ।
ଓଡ଼ିଆ ଭାଷାର ତ୍ରାଣକର୍ତ୍ତା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଯୋଗୁ ଅଭିନେତା ମନୋଜ ମିଶ୍ର ସର୍ବ ସମ୍ମୁଖରେ କ୍ଷମା ମାଗିବାକୁ ସେ କହିଥିଲେ। ମନୋଜ ମିଶ୍ର ଫକୀରମୋହନ ସେନାପତିଙ୍କ ଉପରେ ଦେଇଥିବା ମନ୍ତବ୍ୟ ଆଦୌ ଗ୍ରହଣୀୟ ନୁହେଁ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+