ବଦଳିଲେ ଓଡ଼ିଶା ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ
ଭୁବନେଶ୍ୱର: ଓଡ଼ିଶା ଆଞ୍ଚଳିକ ପାଣିପାଗ କେନ୍ଦ୍ରକୁ ମିଳିଲା ନୂଆ ନିର୍ଦ୍ଦେଶକ । ମନୋରମା ମହାନ୍ତି ହେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ । ବର୍ତ୍ତମାନ ଅହମଦାବାଦ ପାଣିପାଗ ବିଭାଗର ନିର୍ଦ୍ଦେଶକ ଅଛନ୍ତି ମନୋରମା ମହାନ୍ତି ।

ଏଚ ଆର୍ ବିଶ୍ୱାସ ଙ୍କୁ କୋଲକତା ଆଞ୍ଚଳିକ ପାଣିପାଗ କେନ୍ଦ୍ରକୁ ବଦଳି କରାଯାଇଛି ।
ମନୋରମା ମହାନ୍ତିଙ୍କ ଘର ଓଡ଼ିଶାରେ । ଉତ୍କଳ ବିଶ୍ୱବିଦ୍ୟାଳୟରୁ ପଦାର୍ଥ ବିଜ୍ଞାନରୁ ସ୍ନାତକୋତର ହାସଲ ପରେ ଭାରତୀୟ ପାଣିପାଗ ବିଭାଗରେ ଯୋଗଦେଇଥିଲେ । ଆରବ ସାଗର ଇତିହାସରେ ସବୁଠାରୁ ଶକ୍ତିଶାଳୀ ବାତ୍ୟା 'ତାଉତେ' ଓ 'ବିପର୍ଯ୍ୟୟର' ସଠିକ୍ ଗତିପଥ ଓ ତୀବ୍ରତା ଆକଳନ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଏଥିପାଇଁ ଗୁଜରାଟରେ ଅନେକ ଧନଜୀବନ ରକ୍ଷା ପାଇଥିଲା । ଏଥିପାଇଁ ସେ ଗୁଜରାଟ ସରକାରଙ୍କ ପକ୍ଷରୁ ମଧ୍ୟ ପ୍ରଶଂସିତ ହୋଇଥିଲେ । ଓଡ଼ିଶା ପରି ବାତ୍ୟା ପ୍ରବଣ ରାଜ୍ୟରେ ତାଙ୍କର ଅଭିଜ୍ଞତା ବଡ଼ ଭୂମିକା ନିର୍ବାହ କରିବ ।












Click it and Unblock the Notifications