ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେଲା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ
ଆଜି ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହୋଇଛି ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ।
ଭୁବନେଶ୍ୱର: ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଗତକାଲି ପରଲୋକ ଘଟିଯାଇଥିଲା । କଟକ ଏସ୍ସିବିରେ ୮୭ ବର୍ଷ ବୟସରେ ତାଙ୍କର ପଲୋକ ଘଟିଥିଲା । ଆଜି ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହୋଇଛି ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ । ଦୈନିକ 'ସମାଜ'ର ସମ୍ପାଦିକା ଭାବେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଥିଲେ ମନୋରମା ମହାପାତ୍ର ।

ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଶେଷକୃତ୍ୟ କରିବାକୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନୋରମାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି, ଜଣେ ଶିକ୍ଷାବିତ୍, ସାହିତ୍ୟିକ ତଥା ସୁବକ୍ତା ଭାବରେ ସ୍ବର୍ଗତ ମହାପାତ୍ର ଓଡ଼ିଆ ସାରସ୍ବତ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରାଯାଇଛନ୍ତି । ବିଭିନ୍ନ ସାମାଜିକ ସମସ୍ୟା, ବିଶେଷକରି ନାରୀ ମାନଙ୍କ ଅଧିକାର ଓ ସମସ୍ୟା ଉପରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସମାଜର ସମ୍ପାଦିକା ଭାବରେ ସେ ସାମ୍ବାଦିକତା କ୍ଷେତ୍ରରେ ଉଚ୍ଚ ଆଦର୍ଶ ବଜାୟ ରଖିଥିଲେ । ଲୋକସେବକ ମଣ୍ଡଳର ସଦସ୍ୟ ଭାବରେ ସମାଜ ସେବା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ତାଙ୍କର ବିୟୋଗରେ ଓଡ଼ିଶା ଜଣେ ବାଗ୍ମୀ ତଥା ମହିୟସୀ ମହିଳାଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।
ସାମ୍ବାଦିକା, ଲେଖିକା, ସମାଜସେବୀ ଭାବେ ବେଶ୍ ଖ୍ୟାତି ଅର୍ଜନ କରିଥିବା ମନୋରମା ୧୯୩୪ ଜୁନ୍ ୧୦ ତାରିଖରେ ଜନ୍ମ ହୋଇଥିଲେ । ସ୍ୱାଧୀନତା ସଂଗ୍ରାମ ସମୟରେ ଯୁବାବସ୍ଥା ଅତିବାହିତ କରିଥିଲେ ମନୋରମା । ତାଙ୍କ ବାପା ଡକ୍ଟର ରାଧାନାଥ ରଥ ଥିଲେ ଜଣେ ସ୍ୱାଧୀନତା ସଂଗ୍ରାମୀ ।












Click it and Unblock the Notifications