ଉତ୍କଳ ବିଶ୍ବବିଦ୍ୟାଳୟର ୪ ହଷ୍ଟେଲରେ ବ୍ୟାପକ ଯାଞ୍ଚ, ବନ୍ଦ ଥିବା ରୁମ୍ ତାଲା ଭାଙ୍ଗି ଯାଞ୍ଚ କରୁଛନ୍ତି କର୍ତ୍ତୃପକ୍ଷ

ବାଣୀବିହାରରୁ ଅଣଛାତ୍ରଙ୍କୁ ତଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ। ଉତ୍କଳ ବିଶ୍ବବିଦ୍ୟାଳୟର ୪ ହଷ୍ଟେଲରେ ବ୍ୟାପକ ଯାଞ୍ଚ। ୧,୨,୩ ଓ ୫ ନମ୍ବର ହଷ୍ଟେଲରେ ବ୍ୟାପକ ଯାଞ୍ଚ । ବନ୍ଦ ଥିବା ହଷ୍ଟେଲ ରୁମ୍ ତାଲା ଭାଙ୍ଗି ଯାଞ୍ଚ କରୁଛନ୍ତି କର୍ତ୍ତୃପକ୍ଷ । ପୋଲିସ ଉପସ୍ଥିତିରେ ତାଲା ଭାଙ୍ଗି ଚାଲିଛି ଯାଞ୍ଚ। ତାଲା ଭାଙ୍ଗି ବାହାରକୁ ଆସବାବପତ୍ର ନେଲେ କର୍ତ୍ତୃପକ୍ଷ। କ୍ୟାମ୍ପସରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଅଭିଯାନରେ ଭିସି, ଅଧ୍ୟାପକ, ଅଧ୍ୟାପିକା ମଧ୍ୟ ସାମିଲ୍ ।

Utkal University

ପୁଲିସ ଅଧିକାରୀଙ୍କ ସହ ବିଶ୍ଵବିଦ୍ୟାଳୟର ବରିଷ୍ଠ ଅଧିକାରୀ ମଧ୍ୟ ଏହି ଚଢ଼ଉରେ ସାମିଲ ରହିଛନ୍ତି। ଏହି କାରଣରୁ ଆଜି ଦିନ ୧.୩୦ ପର୍ଯ୍ୟନ୍ତ ବିଶ୍ଵବିଦ୍ୟାଳୟର ସମସ୍ତ କ୍ଲାସକୁ ରଦ୍ଦ କରିଛନ୍ତି ପିଜି କାଉନସିଲ। ଏକକାଳୀନ ଭାବେ ୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଏହି କାମରେ ନିୟୋଜିତ ହୋଇଛନ୍ତି ୫ ଏସିପି, ୪ ଜଣ ଆଇଆଇସି ଓ ୧୩ ଏଏସ୍ଆଇ। ଜୋନ ୫ ଏସିପି ବିଶ୍ବରଂଜନ ସେନାପତି କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବେ କାର୍ଯ୍ୟ କରିବେ। ବରିଷ୍ଠ ପୁଲିସ ଅଧିକାରୀ ଅନୁପ କାନୁନଗୋ ସମ୍ପୂର୍ଣ୍ଣ ସୁରକ୍ଷା ଦୟିତ୍ୱକୁ ତୁଲାଉଥିବା ଜଣାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+