ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ରାଜଧାନୀରେ ବ୍ୟାପକ ପ୍ରସ୍ତୁତି, ଆଜି ସନ୍ଧ୍ୟାରୁ କଡାକଡି ଯାଞ୍ଚ, ଅମାନିଆ ହେଲେ କଡା କାର୍ଯ୍ୟନୁଷ
ଆଉ କେଇ ଘଣ୍ଟା ପରେ ୨୦୨୪କୁ ବିଦାୟ ଦେଇ ପାଦ ଥାପିବ ୨୦୨୫। ଆଜି ରାତି ୧୨ରେ ହେବ ଜିରୋ ନାଇଟ୍ ସେଲିବ୍ରେସନ୍ । ଏନେଇ ପାର୍ଟି ମୁଡରେ ସମସ୍ତେ।

ନୂଆବର୍ଷକୁ ସ୍ୱାଗତ କରିବାକୁ ସମସ୍ତଙ୍କ ମନରେ ପ୍ରବଳ ଉତ୍ସାହ। ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଚାରିଆଡେ ପ୍ରସ୍ତୁତି ଜୋରଦାର। ଟୁଇନ୍ ସିଟିରେ ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି କମିଶନରେଟ ପୁଲିସ ବ୍ୟାପକ ବ୍ୟବସ୍ଥା କରିଛି ।
ଜିରୋ ନାଇଟ୍ ବେଳେ ଜିରୋ ଟଲେରାନ୍ସ ନୀତି ଆପଣାଇଥିବା ପୁଲିସ ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ଅଭିଯାନକୁ ଜୋରଦାର କରିବ। ବାର, ପବ୍ ଓ ହୋଟେଲରେ କଡ଼ାକଡ଼ି ହେବ ଚେକିଂ।
ଆଜି ସନ୍ଧ୍ୟାରୁ ଯାଞ୍ଚ ପ୍ରକ୍ରିୟାକୁ ଆହୁରି କଡ଼ାକଡ଼ି କରାଯିବ । ମଦ ପିଇ ଗାଡ଼ି ଚଳାଇଲେ ବାନ୍ଧିବ ପୁଲିସ। ସେହିପରି ରୋଡ୍ ରୋମିଓଙ୍କ ଉପରେ ତୀକ୍ଷଣ ନଜର ରହିବ । ସେମାନଙ୍କ ପାଇଁ ଜିରୋ ଟଲେରାନ୍ସ ନୀତି ଆପଣେଇଛି କମିଶନରେଟ ପୁଲିସ ।
କଟକରେ ମୁତୟନ ରହିବେ ୮ ପ୍ଲାଟୁନ୍ ଫୋର୍ସ । ରାତି ୧୨ଟା ପରେ ଜିରୋ ନାଇଟ୍ ସେଲିବ୍ରେସନରେ ମାତିଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଇଛନ୍ତି କଟକ ଡିସିପି ।












Click it and Unblock the Notifications