ଗଣିତ ଓ ବିଜ୍ଞାନ ଶିକ୍ଷାକୁ ତ୍ୱରାନ୍ୱିତ କରାଯିବ: 'ମୋ ସ୍କୁଲ' ଓ ଖାନ୍ ଏକାଡେମୀ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ଅଧିନରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରର ଛାତ୍ରଛାତ୍ରୀମାନଙ୍କ ପାଇଁ ଆଉ ଏକ ନୂଆ ପଦକ୍ଷେପ ଗ୍ରହଣ କରିଛି 'ମୋ ସ୍କୁଲ ଅଭିଯାନ' । ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଗଣିତ ଓ ବିଜ୍ଞାନ ଶିକ୍ଷାକୁ ଅଧିକ ସୁଦୃଢ଼ କରାଯିବ । ଛାତ୍ରଛାତ୍ରୀ ସହଜରେ ବିଜ୍ଞାନ ଓ ଗଣିତର ପାଠ୍ୟକ୍ରମକୁ ଶିଖିପାରିବେ । ଏହାଦ୍ୱାରା ଉକ୍ତ ବିଷୟ ପ୍ରତି ଥିବା ସେମାନଙ୍କର ଭୟ ଦୂର ହେବ । ଏନେଇ 'ମୋ ସ୍କୁଲ ଅଭିଯାନ' ଓ 'ଖାନ୍ ଏକାଡେମୀ ଇଣ୍ଡିଆ' ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି ।
ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନର ସଦସ୍ୟ ସଚିବ ତଥା ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନପୁମ ସାହା ଓ ଖାନ୍ ଏକାଡେମୀର ଭାରତ ଶାଖା-ନିର୍ଦ୍ଦେଶକ ସ୍ୱାତୀ ଭାଉଦେବାନଙ୍କ ଉପସ୍ଥିତିରେ ଏହି ଏମ୍ଓୟୁ ସ୍ୱାକ୍ଷର କରିଛନ୍ତି । ଏମ୍ଓୟୁ ଅନୁସାରେ ଆଗମୀ ଶିକ୍ଷା ବର୍ଷରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଜ୍ଞାନକୌଶଳ ମାଧ୍ୟମରେ ଗଣିତ ଓ ବିଜ୍ଞାନ ଶିକ୍ଷା ଦିଆଯିବ । ପ୍ରାରମ୍ଭିକ ପର୍ଯ୍ୟୟରେ ୨୦୨୩-୨୪ ଶିକ୍ଷାବର୍ଷରୁ ୨୦୨୭-୨୮ ଶିକ୍ଷାବର୍ଷ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ ।

ନୂତନ ଅଭିନବ ଉପାୟରେ ଛାତ୍ରଛାତ୍ରୀଙ୍କ ଆଗ୍ରହ ବୃଦ୍ଧି ସହ ଏହି ଦୁଇଟି ବିଷୟକୁ ଅଧିକ ବ୍ୟାପକ କରାଯିବ । ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଏସମ୍ବନ୍ଧୀୟ ସହାୟକ ଉପକରଣ ଖାନ୍ ଏକାଡେମୀର ଓଡି଼ଆ ଓ ଇଂରାଜୀ ୱେବସାଇଟ୍ରେ ପାଇପାରିବେ । ସେହିପରି ଶିକ୍ଷକମାନେ ଯେପରି ସହଜ ଉପାୟରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦେଇପାରିବେ ସେଦିଗରେ ସେମାନଙ୍କୁ ପ୍ରୋତ୍ସାହିତ କରିବାକୁ ସମୟ ବ୍ୟବଧାନରେ ବିଭିନ୍ନ କ୍ୟାମ୍ପେନ୍ କରାଯିବ । ଏସମ୍ବନ୍ଧିତ କୌଣସି ନୂତନ କାର୍ଯ୍ୟପନ୍ଥା ଅବଲମ୍ବନ କରାଯିବ ତାହା 'ମୋ ସ୍କୁଲ' ଓ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଏବଂ ମାଧ୍ୟମିକ ଶିକ୍ଷା ବୋର୍ଡର ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ କରାଯିବ ।
-
ଇଡି ରେଡ୍ ବେଳେ ମମତା ଧସେଇ ପସିବା ଉପରେ ସୁପ୍ରିମ କୋର୍ଟଙ୍କ ବଡ଼ ବୟାନ, କହିଲେ ଏହା....... -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ...












Click it and Unblock the Notifications