ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ
Odisha News: ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ । ମୋଟ ୫୧ଟି କେନ୍ଦ୍ରରେ ଖାତା ଦେଖା ପାଇଁ ବ୍ୟବସ୍ଥା କରାଯାଇଛି ଏବଂ ଏଥର ଖାତା ଦେଖାରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ଅଛନ୍ତି । ଚଳିତ ବର୍ଷ ୧୨ ଦିନ ଧରି ଖାତା ଦେଖା ଚାଲିବ । ତେବେ ମାଟ୍ରିକ ପରୀକ୍ଷା ବ୍ୟତୀତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଖାତା ମଧ୍ୟ ଦେଖାଯିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଜାରି କରାଯାଇଛି ।
ଆଜି ସକାଳ ୯ରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ଖାତା ଦେଖା ହେବ । ତେବେ ଖାତା ଦେଖା ମୂଲ୍ୟାୟନକୁ ତ୍ରୁଟିଶୂନ୍ୟ କରିବା ପାଇଁ ବୋର୍ଡ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୋମବାର ଦିନ ୩୦ ଜିଲ୍ଲି ଶିକ୍ଷାଧିକାରୀଙ୍କ ସହ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଚଳିତବର୍ଷ ଫେବ୍ରୁଆରୀ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖରେ ଶେଷ ହୋଇଥିଲା । ଏଥର ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ଦଶମ ପରୀକ୍ଷା ଦେଇଥିଲେ ।












Click it and Unblock the Notifications