For Quick Alerts
Turn On Notification  
For Daily Alerts
Oneindia App Download

ମାଟ୍ରିକ୍‌ ମୂଲ୍ୟାୟନ: କେମିତି ମିଳିବ ମାର୍କ ? ବୋର୍ଡ ପକ୍ଷରୁ ପ୍ରସ୍ତୁତ ହେଲା ଫର୍ମୁଲା !

ଚଳିତ ବର୍ଷ ମାଟ୍ରିକ ମୂଲ୍ୟାୟନ ସିବିଏସ୍ଇ ଢାଞ୍ଚାରେ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁସାରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ନବମ ଶ୍ରେଣୀର ପରୀକ୍ଷା ମାର୍କ ଓ ଦଶମ ଶ୍ରେଣୀର ପ୍ରି ବୋର୍ଡ ବା ଟେଷ୍ଟ ମାର୍କକୁ ଭିତ୍ତି କରି ମୂଲ୍ୟାୟନ ହେବ।

|

ଭୁବନେଶ୍ୱର: କିଭଳି ହେବ ମାଟ୍ରିକ୍ ମୂଲ୍ୟାୟନ ? କେଉଁ ପିଲା ପାଇବେ କେତେ ମାର୍କ ? କେଉଁ ବିଷୟରେ ମିଳିବ କେତେ ନମ୍ବର ? ମାଧ୍ୟମିକ ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ବାତିଲ ହେବା ପରେ ମାଟ୍ରିକ୍‌ ମୂଲ୍ୟାୟନକୁ ନେଇ ଛାତ୍ରଛାତ୍ରୀଙ୍କ ମନରେ ଏଭଳି କେତେ ପ୍ରଶ୍ନ ଉଙ୍କି ମାରୁଛି । ଯାହାର ସମାଧାନ ଆଜି ବାହାର କରିଛି ବୋର୍ଡ ।

Matric exam

ଚଳିତ ବର୍ଷ ମାଟ୍ରିକ ମୂଲ୍ୟାୟନ ସିବିଏସ୍ଇ ଢାଞ୍ଚାରେ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁସାରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ନବମ ଶ୍ରେଣୀର ପରୀକ୍ଷା ମାର୍କ ଓ ଦଶମ ଶ୍ରେଣୀର ପ୍ରି ବୋର୍ଡ ବା ଟେଷ୍ଟ ମାର୍କକୁ ଭିତ୍ତି କରି ମୂଲ୍ୟାୟନ ହେବ। ତା' ସହିତ ଦଶମ ଶ୍ରେଣୀର ଇଣ୍ଟରନାଲ୍ ଆସେସମେଣ୍ଟ ମାର୍କକୁ ମଧ୍ୟ ମୂଲ୍ୟାୟନ ପାଇଁ ଗ୍ରହଣ କରାଯିବ।

ଏଥିପାଇଁ ଏହିସବୁ ପରୀକ୍ଷାର ଟାବୁଲେସନ ରିପୋର୍ଟ ନିର୍ଦ୍ଧାରିତ ଫର୍ମାଟରେ ପୂରଣ କରି ଗତବର୍ଷର ମାଟ୍ରିକ ପରୀକ୍ଷା କେନ୍ଦ୍ର ବା ସହଯୋଗୀ କେନ୍ଦ୍ରରେ ଦାଖଲ କରିବାକୁ ପ୍ରଧାନଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦେବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି। ଆଜି ଅର୍ଥାତ୍‌ ମେ' ୩ ତାରିଖ ସୁଦ୍ଧା ଦାଖଲ କରିବାକୁ ଗତକାଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Matric Evaluation: matriculation marks based on the ninth-and tenth exams
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X