ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା
କଟକ: ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା କଲା ବୋର୍ଡ । ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ୨୦୨୩-୨୪ ଶିିକ୍ଷାବର୍ଷର ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ ।
ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ହେବ। ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ, ଅତିକମ୍ରେ ୧୨ ଦିନ ଚାଲିବ। ପରୀକ୍ଷା ସଂପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା ହେବ ।

ଏହା ପୂର୍ବରୁ ସିବିଏସଇ ୨୦୨୩-୨୪ ଶିିକ୍ଷାବର୍ଷର ଦଶମ ଓ ଦ୍ୱାଦଶ ପରୀକ୍ଷା ତାରିଖ ଘୋଷଣା କରିଥିଲା । ସେହିପରି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ୨୦୨୪ ଫେବୃଆରୀ ୧୫ରୁ ଆରମ୍ଭ ହେବ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ବା ସିବିଏସଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି । ସେହିପରି ଆଇସିସି କିଛି ସ୍ପଷ୍ଟ କରିନି।
ଅତିକମରେ ଦୁଇ ସପ୍ତାହ ପରୀକ୍ଷା ଖାତା ଦେଖା ହେବ ବୋଲି ସୂଚନା ମିଳିଛି । ପରୀକ୍ଷା ସମ୍ପର୍କରେ ବିସ୍ତୃତ ସୂଚନା ପରେ ଜଣାପଡ଼ିବ । ଚଳିତ ବର୍ଷ ବହୁ ପୂର୍ବରୁ ମାଟ୍ରିକ ପରୀକ୍ଷା ସମ୍ପର୍କରେ ଘୋଷଣା କରାଯାଇଛି । ପୁରୁଣା ଢାଂଚାରେ ପରୀକ୍ଷା କରାଯିବ ବୋଲି ବୋଡର଼୍ ପକ୍ଷରୁ ସୂଚନା ଦିଆଯାଇଛି ।












Click it and Unblock the Notifications