Matric Result: ଗଜପତିରେ ସର୍ବାଧିକ ପାସ୍ ହାର, କୋରାପୁଟରେ ସର୍ବନିମ୍ନ
ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ମୋଟ୍ ପାସ୍ ହାର ୯୪.୯୩ ପ୍ରତିଶତ । ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ ରହିଛି । ୨ ଲକ୍ଷ ୪୦ ହଜାର ୨୫୧ ପୁଅ ପାସ୍ କରିଛନ୍ତି । ୨ ଲକ୍ଷ ୪୪ ହଜାର ୬୧୨ ଝିଅ ପାସ କରିଛନ୍ତି ।
ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ । କଟକସ୍ଥିତ ବିଏସ୍ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ।
ଗଜପତିରେ ସର୍ବାଧିକ, କୋରାପୁଟରେ ସର୍ବନିମ୍ନ । ଗଜପତି ଜିଲ୍ଲାରେ ପାସ୍ହାର ସର୍ବାଧିକ । ଗଜପତି ଜିଲ୍ଲାରେ ପାସ୍ହାର ୯୯.୩୫% । କୋରାପୁଟରେ ପାସ୍ହାର ସର୍ବନିମ୍ନ ୯୨.୮୩% ।

ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ହାର ଅଧିକ । ଚଳିତ ବର୍ଷ ୨ ଲକ୍ଷ ୪୦ ହଜାର ୨୫୧ ପୁଅ କୃତକାର୍ଯ୍ୟ। ୨ ଲକ୍ଷ ୪୪ ହଜାର ୬୧୨ ଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ପୁଅଙ୍କ ପାସ୍ହାର ୯୪% ଓ ଝିଅଙ୍କ ପାସ୍ହାର ୯୬% ।
ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ । ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ । ଏହା ସହିତ, ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯିବ। ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃଯାଞ୍ଚ ପାଇଁ ଆବେଦନ କରିପାରିବେ ।
ରାଜ୍ୟର ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରରେ ଚଳିତ ଥର ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ପ୍ରଶ୍ନପତ୍ର ଲିକ୍ ଓ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମଥର ପାଇଁ ପ୍ରଶ୍ନପତ୍ରରେ ରହିଥଲା କ୍ୟୁଆର କୋର୍ଡ । ୬୦୦ ପରୀକ୍ଷା କେନ୍ଦ୍ରରେ ସିଧାସଳଖ ଲାଇଭ୍ ଷ୍ଟ୍ରିମିଂ ହୋଇଥିଲା ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications