Matric Result: ମେ' ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ
ମେ' ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଆଉ ଦୁଇ ଦିନ ମଧ୍ୟରେ ସରିବ ଖାତା ଦେଖା। AI ଏବଂ QR କୋର୍ଡ ଦ୍ବାରା ପରୀକ୍ଷା ପରିଚାଳନା ସଫଳ ହୋଇଛି ।
ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ନେଇ କିଛି ଅସୁବିଧା ହେବନି କହିଲେ । ଗ୍ରେସ୍ ମାର୍କ ସମ୍ପର୍କରେ ପରିଚାଳନା କମିଟି ନିଷ୍ପତ୍ତି ନେବ ।
ମାଟ୍ରିକ୍ ଖାତା ମୂଲ୍ୟାୟନ ଶେଷ ହୋଇଛି । କେବଳ କିଛି ଅନ୍ୟ ଭାଷା ଉତ୍ତର ଖାତା ଯଥା ବେଙ୍ଗଲି, ତେଲୁଗୁ, ଉର୍ଦ୍ଧୁ ଭାଷାର ଖାତା ବୋର୍ଡ ଅଫିସ ପରିସରରେ ମୂଲ୍ୟାୟନ ଚାଲିଛି ।
ରାଜ୍ୟର ୫୨ଟି ଯାକ ମୂଲ୍ୟାୟନ କେନ୍ଦ୍ରରେ ମୂଲ୍ୟାୟନ ସରି ଉତ୍ତର ଖାତାଗୁଡ଼ିକ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପହଞ୍ଚିବା ପରେ ସେଗୁଡ଼ିକର ଟାବୁଲେସନ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।

ଟାବୁଲେସନ୍ କିପରି ତ୍ରୁଟିଶୂନ୍ୟ ହେବ ସେଥିଲାଗି ବୋର୍ଡ କର୍ତ୍ତୃପକ୍ଷ ଗୁରୁତ୍ୱ ଦେଇଛନ୍ତି । ଏଥିଲାଗି ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହିତ କର୍ତ୍ତୃପକ୍ଷ ସମୀକ୍ଷା କରିଛନ୍ତି । ଟାବୁଲେସନ୍ ପରେ ପରୀକ୍ଷା ଫଳ ପ୍ରସ୍ତୁତ ଲାଗି ପ୍ରୋସେସିଂ କରାଯିବ ।
ମେ ମାସ ପ୍ରଥମ ସପ୍ତାହରେ ଫଳ ପ୍ରକାଶନ ଲାଗି ସମୟ ଧାର୍ଯ୍ୟ ରହିଥିବାରୁ ଟାବୁଲେସନ୍ ଓ ମାର୍କ ପ୍ରୋସେସିଙ୍ଗ୍ କାର୍ଯ୍ୟ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଶେଷ କରିବାକୁ ଧାର୍ଯ୍ୟ ରଖିଛନ୍ତି । ରୋଲ୍ ନମ୍ବର ଆଧାରରେ ମାର୍କ ପ୍ରୋସେସିଂ କାର୍ଯ୍ୟ ପରେ ସାର୍ଟିଫିକେଟ୍ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହେବ । ଫଳ ପ୍ରକାଶ ମାତ୍ରେ ଡିଜିଟାଲ୍ ସାର୍ଟିଫିକେଟ୍ ୱେବ୍ସାଇଟ୍ରେ ଉପଲବ୍ଧ କରାଇବା ପାଇଁ ବ୍ୟବସ୍ଥା ଥିବାରୁ ଶେଷ ସପ୍ତାହ ମଧ୍ୟରେ ସାର୍ଟିଫିକେଟ୍ ପ୍ରସ୍ତୁତି କାର୍ଯ୍ୟ ସାରିବା ପାଇଁ କର୍ତ୍ତୃପକ୍ଷ ଲକ୍ଷ୍ୟ ରଖିଛନ୍ତି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications