ମାଟ୍ରିକ ରେଜଲ୍ଟ: ମୋଟ୍ ପାସ୍ ହାର ୯୪.୯୩ ପ୍ରତିଶତ, ପୁଅଙ୍କ ତୁଳନାରେ ଝିଅ ଆଗୁଆ
ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ । କଟକସ୍ଥିତ ବିଏସ୍ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ।
ମୋଟ୍ ପାସ୍ ହାର ୯୪.୯୩ ପ୍ରତିଶତ । ରହିଛି । ୨ ଲକ୍ଷ ୪୦ ହଜାର ୨୫୧ ପୁଅ ପାସ୍ କରିଛନ୍ତି । ୨ ଲକ୍ଷ ୪୪ ହଜାର ୬୧୨ ଝିଅ ପାସ କରିଛନ୍ତି । ମାଟ୍ରିକ ପରୀକ୍ଷାରେ ୧୭ ହଜାର ୩୮୪ ଜଣ ଫେଲ ହୋଇଛନ୍ତି । ମୋଟ୍ ୪ ଲକ୍ଷ ୮୪ ହଜାର ୮୬୩ ଜଣ ପାସ୍ ହୋଇଛନ୍ତି । ସେହିପରି ୧୮୧୨ ଜଣ ଏ୧ ଗ୍ରେଡ, ୧୨ ହଜାର ୨୦୦ ଜଣ ଏ୨ ଗ୍ରେଡ୍ । ବି୧ ଗ୍ରେଡରେ ୩୮ ହଜାର ୮୩୧ ଜଣ ଉନ୍ନୀତ ହୋଇଛନ୍ତି ।

ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ । ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ । ଏହା ସହିତ, ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯିବ। ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃଯାଞ୍ଚ ପାଇଁ ଆବେଦନ କରିପାରିବେ ।
ରାଜ୍ୟର ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରରେ ଚଳିତ ଥର ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ପ୍ରଶ୍ନପତ୍ର ଲିକ୍ ଓ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମଥର ପାଇଁ ପ୍ରଶ୍ନପତ୍ରରେ ରହିଥଲା କ୍ୟୁଆର କୋର୍ଡ । ୬୦୦ ପରୀକ୍ଷା କେନ୍ଦ୍ରରେ ସିଧାସଳଖ ଲାଇଭ୍ ଷ୍ଟ୍ରିମିଂ ହୋଇଥିଲା । ସବୁ କେନ୍ଦ୍ରରେ ଲାଗିଥିଲା ସିସିଟିଭି ।
ପରୀକ୍ଷା କିପରି ତ୍ରୃଟିଶୂନ୍ୟ ହେବ ସେଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ଏଥର 286ଟି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ପିଲା ପରୀକ୍ଷା ଦେଇଥିବା ବେଳେ 314ଟି ନୋଡାଲ ସେଣ୍ଟରର ଭିଡିଓ ଲାଇଭ କରାଯାଇଥିଲା । ଏଆଇ କ୍ୟାମେରା ମାଧ୍ୟମରେ ପରୀକ୍ଷାକୁ ନଜର ରଖାଯାଇଥିଲା । ଏଥିପାଇଁ ବୋର୍ଡ ରୁମରେ କଣ୍ଟ୍ରୋଲ ରୁମ କରାଯାଇଥିଲା । ଏଥର ପରୀକ୍ଷା ତ୍ରୁଟିଶୂନ୍ୟ ହୋଇଥିବା ପୂର୍ବରୁ ବୋର୍ଡ କର୍ତ୍ତୃପକ୍ଷ କହିଥିଲେ
-
୩୧ ରାଜ୍ୟସଭା ସାଂସଦ କୋଟିପତି -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ହଠାତ୍ ଆମେରିକାର ଚିନ୍ତା ବଢାଇ ଦେଲା ଇରାନ, ଡିଏଗୋ ଗାର୍ସିଆ' ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ବନ୍ଦ ହେବ ଇରାନ ଆମେରିକା ଯୁଦ୍ଧ, ସଙ୍କେତ ଦେଲେ ଆମେରିକା ରାଷ୍ଟ୍ରପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା










Click it and Unblock the Notifications