ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା; ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା

ଆଜିଠୁ ରାଜ୍ୟରେ ଆରମ୍ଭ ହେଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଆଜିଠୁ ଆରମ୍ଭ ହେଇଥିବା ବେଳେ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ୯୭୨ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି । ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି।ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୧୨୧ ପରୀକ୍ଷା କେନ୍ଦ୍ର କରାଯାଇଛି। ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ।

ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ପ୍ରତ୍ୟେକ ବିଷୟର ପରୀକ୍ଷା ପୂର୍ବାହ୍ନ ୯ଟା ଠାରୁ ଆରମ୍ଭ ହୋଇ ପୂର୍ବାହ୍ନ ସାଢ଼େ ୧୧ଟା ପର୍ଯ୍ୟନ୍ତ ହେବ ।

Matric Supplementary exam

ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ବୋର୍ଡ ୱେବସାଇଟ୍‌ରେ ଆଡ୍‌ମିଟ୍ କାର୍ଡ ଉପଲବ୍ଧ ହୋଇଥିଲା । ମାଧ୍ୟମକି ଶିକ୍ଷା ପରିଷଦ ପକ୍ଷରୁ ପ୍ରେସ୍ ରିଲିଜ୍ ଜରିଆରେ ଏହି ସୂଚନା ଦିଆଯାଇଥିଲା ।

ଏହି ପରୀକ୍ଷା ସମ୍ବନ୍ଧରେ କୌଣସି ଦ୍ୱନ୍ଦ୍ୱ ଥିଲେ ବା ଅଧିକ କିଛି ଜାଣିବାର ଥିଲେ ପରୀକ୍ଷାର୍ଥୀମାନେ ୦୭୬୧-୨୪୧୫୩୦୫କୁ ଫୋନ୍ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ପାସ୍‌ କରିଥିଲେ ୫ ଲକ୍ଷ ୩୦ ହଜାର ୧୫୩ ଜଣ। ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ ରହିଥିଲା। ଝିଅଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ପୁଅଙ୍କ ପାସ୍‌ ହାର ୯୫.୩୯% ରହିଥିଲା।

୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ୨ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ସୋମବାରଠାରୁ ଆଜିଠାରୁ ଆରମ୍ଭ ହେବ । କଳା, ବାଣିଜ୍ୟ , ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାରେ ମୋଟ ୪,୨୬,୪୭୨ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+