ଠିକ୍ ସମୟରେ ହେବ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା: ଗଣ ଶିକ୍ଷାମନ୍ତ୍ରୀ
ଠିକ୍ ସମୟରେ ହେବ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା । ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ। ସ୍କୁଲ୍ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହା ସ୍ପଷ୍ଟ କରି ଦେଇଛନ୍ତି।
ଭୁବନେଶ୍ୱର: ଠିକ୍ ସମୟରେ ହେବ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା । ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ। ସ୍କୁଲ୍ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହା ସ୍ପଷ୍ଟ କରି ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛତ୍ରୀଙ୍କ ପାଇଁ ଧାର୍ଯ୍ୟ ହୋଇଥିବା ତାରିଖରେ ପରୀକ୍ଷା କରାଯିବ। ଏହି ଦୁଇ ଶ୍ରେଣୀର ପରୀକ୍ଷା ହେବା ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ। ପରୀକ୍ଷା ପାଇଁ ଅଧିକ କେନ୍ଦ୍ର କରାଯିବ ବୋଲି ସେ କହିଛନ୍ତି। ସେହିପରି ମନ୍ତ୍ରୀ କହିଛନ୍ତି, ନବମ ଶ୍ରେଣୀ ପରୀକ୍ଷା ହେବ କି ନାହିଁ କିଛି ସ୍ଥିର ହୋଇନି। ଯେହେତୁ ନବମ କ୍ଲାସ ବନ୍ଦ ରହିଛି, ପରୀକ୍ଷା କଥା ସ୍ଥିର ହୋଇନି।
ସୂଚନାଯୋଗ୍ୟ, ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ମେ' ୩ରୁ ଆରମ୍ଭ ହେବ। ଏହା ୧୫ ତାରିଖ ଯାଏ ଚାଲିବ। ପରୀକ୍ଷା ସକାଳ ୮ଟାରୁ ୧୦ଟା ପର୍ଯ୍ୟନ୍ତ ହେବ। ମେ' ୩ ତାରିଖରେ ମାତୃଭାଷା ଓଡ଼ିଆ ପରୀକ୍ଷା ହେବ। ୫ ତାରିଖରେ ଦ୍ୱିତୀୟ ଭାଷା ଇଂଲିଶ, ୭ରେ ତୃତୀୟ ଭାଷା ହିନ୍ଦୀ, ୮ରେ ତୃତୀୟ ଭାଷା ସଂସ୍କୃତ, ୧୦ରେ ଗଣିତ, ୧୨ରେ ବିଜ୍ଞାନ ଓ ୧୫ରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ।
ସେହିପରି ମେ' ୧୮ ତାରିଖରୁ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ। ଏହା ଜୁନ୍ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ପୂର୍ବରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଏହି ତାରିଖ ମଧ୍ୟରେ କଳା, ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ହେବ। ତା' ସହିତ ମେ' ୨୮ରୁ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ ହେବ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications