For Quick Alerts
Turn On Notification  
For Daily Alerts
Oneindia App Download

ଠିକ୍ ସମୟରେ ହେବ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା: ଗଣ ଶିକ୍ଷାମନ୍ତ୍ରୀ

ଠିକ୍ ସମୟରେ ହେବ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା । ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ। ସ୍କୁଲ୍ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହା ସ୍ପଷ୍ଟ କରି ଦେଇଛନ୍ତି।

|

ଭୁବନେଶ୍ୱର: ଠିକ୍ ସମୟରେ ହେବ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା । ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ। ସ୍କୁଲ୍ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହା ସ୍ପଷ୍ଟ କରି ଦେଇଛନ୍ତି।

School and Mass Education

ମନ୍ତ୍ରୀ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛତ୍ରୀଙ୍କ ପାଇଁ ଧାର୍ଯ୍ୟ ହୋଇଥିବା ତାରିଖରେ ପରୀକ୍ଷା କରାଯିବ। ଏହି ଦୁଇ ଶ୍ରେଣୀର ପରୀକ୍ଷା ହେବା ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ। ପରୀକ୍ଷା ପାଇଁ ଅଧିକ କେନ୍ଦ୍ର କରାଯିବ ବୋଲି ସେ କହିଛନ୍ତି। ସେହିପରି ମନ୍ତ୍ରୀ କହିଛନ୍ତି, ନବମ ଶ୍ରେଣୀ ପରୀକ୍ଷା ହେବ କି ନାହିଁ କିଛି ସ୍ଥିର ହୋଇନି। ଯେହେତୁ ନବମ କ୍ଲାସ ବନ୍ଦ ରହିଛି, ପରୀକ୍ଷା କଥା ସ୍ଥିର ହୋଇନି।

ସୂଚନାଯୋଗ୍ୟ, ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ମେ' ୩ରୁ ଆରମ୍ଭ ହେବ। ଏହା ୧୫ ତାରିଖ ଯାଏ ଚାଲିବ। ପରୀକ୍ଷା ସକାଳ ୮ଟାରୁ ୧୦ଟା ପର୍ଯ୍ୟନ୍ତ ହେବ। ମେ' ୩ ତାରିଖରେ ମାତୃଭାଷା ଓଡ଼ିଆ ପରୀକ୍ଷା ହେବ। ୫ ତାରିଖରେ ଦ୍ୱିତୀୟ ଭାଷା ଇଂଲିଶ, ୭ରେ ତୃତୀୟ ଭାଷା ହିନ୍ଦୀ, ୮ରେ ତୃତୀୟ ଭାଷା ସଂସ୍କୃତ, ୧୦ରେ ଗଣିତ, ୧୨ରେ ବିଜ୍ଞାନ ଓ ୧୫ରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ।

ସେହିପରି ମେ' ୧୮ ତାରିଖରୁ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ। ଏହା ଜୁନ୍ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ପୂର୍ବରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଏହି ତାରିଖ ମଧ୍ୟରେ କଳା, ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ହେବ। ତା' ସହିତ ମେ' ୨୮ରୁ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ ହେବ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Matriculation and Plus 2 exams will be held on time: School and Mass Education Minister
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X