ଦେଢ଼ ଘଣ୍ଟା ପୂର୍ବରୁ ହଲକୁ ପ୍ରବେଶ କରିବେ ମାଟ୍ରିକ ପରୀକ୍ଷାର୍ଥୀ
ଫେବୃଆରୀ ୨୦ରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ଉକ୍ତ ପରୀକ୍ଷାକୁ ସୁବ୍ୟବସ୍ଥିତ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟକ୍ରମ ଜାରି ରଖିଛି। କପି ରୋକିବା ଲାଗି ନୂଆ ଫର୍ମୂଲା ଆପଣାଇଛି ବୋର୍ଡ। ଏଣିକି ପରୀକ୍ଷା ପାଇଁ ଧାର୍ଯ୍ୟ ସମୟର ଦେଢ଼ ଘଣ୍ଟା ପୂର୍ବରୁ ପରୀକ୍ଷା ହଲ୍କୁ ପରୀକ୍ଷାର୍ଥୀମାନେ ପ୍ରବେଶ କରିବେ। ଅର୍ଥାତ୍ ସକାଳ ୯ ଟାରେ ପରୀକ୍ଷା ଥିବାବେଳେ ସାଢ଼େ ୭ଟାରୁ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କୁ ଛଡ଼ାଯିବ। ୮ଟା ୧୫ ମିନିଟ୍ ପରେ ଆଉ କାହାକୁ ପରୀକ୍ଷା ହଲ୍କୁ ପ୍ରବେଶ ଅନୁମତି ମିଳିବନାହିଁ ।

କେବଳ ସେତିକି ନୁହେଁ, ଏଥର ପ୍ରଥମ ଥର ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ନିଯୁକ୍ତ ହେବେ ପର୍ଯ୍ୟବେକ୍ଷକ। ପ୍ରଶ୍ନପତ୍ର ଆସିବା ଠାରୁ ପରୀକ୍ଷା ସରି ଉତ୍ତର ଖାତା ଯିବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଟିକିନିଖି ତଦାରଖ କରିବେ ପର୍ଯ୍ୟବେକ୍ଷକ। ଏହି ଦାୟିତ୍ୱ ବିଇଓ, ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଦିଆଯିବ। ସେଣ୍ଟର ସୁପରିଟେଣ୍ଡେଣ୍ଟଙ୍କ ବ୍ୟତୀତ ପରୀକ୍ଷା ସମୟରେ ଅନ୍ୟ କେହି ବି ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ଫୋନ୍ ନେଇପାରିବେ ନାହିଁ।












Click it and Unblock the Notifications