ଜାନୁଆରୀ ୧୦ରୁ ମାଟ୍ରିକ୍‌ ପରୀକ୍ଷା ଫର୍ମ ପୂରଣ

ମାଟ୍ରିକ୍‌ ପରୀକ୍ଷା ଫର୍ମ ପୂରଣ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୦ ତାରିଖରୁ ଉଭୟ ରେଗୁଲାର ଓ ଏକ୍ସରେଗୁଲାର ପିଲାଙ୍କ ପାଇଁ ମାଟ୍ରିକ ଫର୍ମ ପୂରଣ ଆରମ୍ଭ ହେବ ।

କଟକ: ସ୍କୁଲ ଖୋଲିବା ଓ ପରୀକ୍ଷା ନେଇ ତତ୍ପର ହୋଇଛନ୍ତି ରାଜ୍ୟ ସରକାର । ଆସନ୍ତା 8 ତାରିଖରୁ ସ୍କୁଲ ଖୋଲୁଥିବା ବେଳେ ମାଟ୍ରିକ୍‌ ପରୀକ୍ଷା ଫର୍ମ ପୂରଣ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଆନସନ୍ତା ୧୦ ତାରିଖରୁ ଉଭୟ ରେଗୁଲାର ଓ ଏକ୍ସରେଗୁଲାର ପିଲାଙ୍କ ପାଇଁ ମାଟ୍ରିକ ଫର୍ମ ପୂରଣ ଆରମ୍ଭ ହେବ । ସେହିପରି ଫର୍ମ ପୂରଣର ଶେଷ ତାରିଖ ରହିଛି ଫେବୃୟାରୀ ୨ ।

ତେବେ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ ଯୋଗେ ଫର୍ମ ପୂରଣ କରିପାରିବେ। ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅନଲାଇନ୍‌ରେ ଫର୍ମ ଫିଲ୍ଅପ୍‌ କରିବେ। ପରୀକ୍ଷା ଦେବାକୁ ଥିବା ରେଗୁଲାର, ଏକ୍ସ ରେଗୁଲାର, କରେସପଣ୍ଡେନ୍ସ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ମାନେ ୧୦ ତାରିଖରୁ ଫର୍ମ ଫିଲଅପ୍ କରିପାରିବେ। ସକାଳ ୧୦ଟାରୁ ଫର୍ମ ଫିଲଅପ୍ ଆରମ୍ଭ ହେବ। ଏହା ୨୮ ତାରିଖ ଯାଏ ଚାଲିବ।

 Matriculation Exam

ତେବେ ଫର୍ମ ଫିଲଅପ୍ ପାଇଁ ଜାନୁଆରୀ ୨୭କୁ ଫିସ୍ ଦାଖଲର ଶେଷ ଦିନ ରଖାଯାଇଛି । ଅନ୍ୟପକ୍ଷରେ ଜାନୁଆରୀ ୨୮ରୁ ଫେବ୍ରୁଆରୀ ୧ ତାରିଖ ରାତି ୧୧ଟା ୪୫ ଯାଏ ଜରିମାନା ସହ ଫର୍ମ ଫିଲପ କରାଯାଇପାରିବ । ତେବେ ଜରିମାନା ସହ ଫର୍ମ ଫିଲଅପ୍‌ ଶେଷ ଦିନ ଫେବୃଆରୀ ୨ ତାରିଖ ରହିଛି । www.bseodisha.ac.in ୱେବସାଇଟରେ ଫର୍ମ ପୂରଣ ପାଇଁ ଲିଙ୍କ ଓ ନିର୍ଦ୍ଦେଶାବଳୀ ଉଲ୍ଲେଖ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+