Get Updates
Get notified of breaking news, exclusive insights, and must-see stories!

୨୮ ତାରିଖ ସନ୍ଧ୍ୟାରୁ ୨୯ ସକାଳ ମଧ୍ୟରେ ବେଶୀ ପ୍ରଭାବ: IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର

୨୮ ତାରିଖ ସନ୍ଧ୍ୟାରୁ ୨୯ ସକାଳ ମଧ୍ୟରେ ବେଶୀ ପ୍ରଭାବ । ସୂଚନା ଦେଲେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ମଛଲିପଟନମ ଓ କଳିଙ୍ଗପଟନମ ଭିତରେ ଲ୍ୟାଣ୍ଡଫଲ୍‌ । ଦକ୍ଷିଣ ଓଡ଼ିଶାରେ ୬୦ରୁ ୭୦ କିମି ପର୍ଯ୍ୟନ୍ତ ପବନ ବହିବ । ସେହିପରି ଭାବେ ଉତ୍ତର ଓଡ଼ିଶାରେ ପ୍ରଭାବ କମ୍‌ ରହିବ ।

IMD DG Mrutyunjaya Mohapatra
]

ସ୍ପଷ୍ଟ ହୋଇଛି ବାତ୍ୟା 'ମୋନ୍ଥା'ର ଗତିପଥ। ଆଉ ୨୪ଘଣ୍ଟା ଭିତରେ ଭୟଙ୍କର ରୂପ ଧାରଣ କରିବ। ୨୮ ତାରିଖ ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ 'ମୋନ୍ଥା' ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶନିବାର ପୂର୍ବାହ୍ନରେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସମସ୍ତ ଜିଲାକୁ ବାତ୍ୟା ଓ ବର୍ଷା ଆଲର୍ଟ ଜାରି କରାଯାଇଛି। ବାତ୍ୟାର ପ୍ରକୋପ ୧୫ ଜିଲା ଉପରେ ଅଧିକ ରହୁଥିବାରୁ ସେଠାରେ ସଜାଗ ରହିବାକୁ ସମ୍ପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛିି।

ବାତ୍ୟା ପ୍ରଭାବରେ ୨୮, ୨୯ରେ ସାରା ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୨୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ କରାଯାଇଛି। ରେଡ ୱାର୍ଣ୍ଣିଂ ଥିବା ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷିବ ବୋଲି ସୂଚନା ମିଳିଛି। ସେହିପରି ୨୮ରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳକୁ ଅରେଞ୍ଜ ୱାର୍ଣ୍ଠିଂ କରାଯାଇଛି। ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ମଧ୍ୟ ୨୮ରେ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଆଉ ୧୭ ଜିଲ୍ଲାକୁ ୨୮ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି। କାଲିଠୁ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+