"୨୦୨୪ ରଥଯାତ୍ରାରେ ଖୋଲାଯାଉ ରତ୍ନଭଣ୍ଡାର, ପ୍ରକୃଷ୍ଠ ସମୟ ହେଉଛି ରଥଯାତ୍ରା"
୨୦୨୪ ରଥଯାତ୍ରାରେ ଖୋଲାଯାଉ ରତ୍ନଭଣ୍ଡାର । ଆସନ୍ତା ୨୦୨୪ ରଥଯାତ୍ରା ସମୟରେ ଖୋଲା ଯାଇପାରେ ରତ୍ନଭଣ୍ଡାର । ବିଜେପି ନେତା ସମୀର ମହାନ୍ତିଙ୍କ ନେତୃତ୍ୱରେ ପ୍ରତିନିଧି ଦଳ ଗଜପତି ମହାରାଜଙ୍କୁ ଭେଟିବା ପରେ ଏଭଳି କିଛି ପ୍ରତିକ୍ରିୟା ଦେଇଛନ୍ତି ଗଜପତି ମହାରାଜ ଦିବ୍ୟ ସିଂହ ଦେବ ।
ରତ୍ନଭଣ୍ଡାରର ଖୋଲାଯାଇ ସେଠାରେ ଥିବା ବହୁମୂଲ୍ୟ ଅଳଙ୍କାରର ଗଣତି କରାଯିବ । ଏନେଇ ଗତ ଅଗଷ୍ଟ ୪ ତାରିଖରେ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ସର୍ବସମ୍ମତିରେ ନିଷ୍ପତ୍ତି ହୋଇ ରାଜ୍ୟ ସରକାରଙ୍କୁ ଏହି ପ୍ରସ୍ତାବ ଦିଆଯାଇଛି ବୋଲି ଗଜପତି କହିଛନ୍ତି ।
ସେ କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଖୋଲା ଯିବାର ପ୍ରକୃଷ୍ଟ ସମୟ ହେଉଛି ରଥଯାତ୍ରା । କାରଣ ରଥଯାତ୍ରା ପରେ କିଛି ମାସ ମଧ୍ୟରେ ସେଭଳି କୌଣସି ବିଶେଷ ପର୍ବପର୍ବାଣୀ ନଥାଏ । ଯାତ୍ରୀ ଏବଂ ଦର୍ଶନାର୍ଥୀଙ୍କ ସଂଖ୍ୟା ମଧ୍ୟ ଅପେକ୍ଷାକୃତ କମ୍ ଥାଏ ।

ସେ କହିଛନ୍ତି, ବର୍ତ୍ତମାନ ସମୟରେ ବା ଆଗାମୀ ଦିନରେ ରତ୍ନଭଣ୍ଡାର ଖୋଲିବା ଉଚିତ୍ ହେବ ନାହିଁ । ରଥଯାତ୍ରା ସମୟ ରତ୍ନଭଣ୍ଡାର ଖୋଲାଯିବାର ଉଚିତ୍ ସମୟ । ଏହି ସମୟରେ ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାରର ଗଣତି କରାଯିବା ନେଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି ।
ରତ୍ନଭଣ୍ଡାର ଖୋଲିବ ପାଇଁ ରଥଯାତ୍ରା ହିଁ ପ୍ରକୃଷ୍ଟ ମସୟ ହୋଇପାରିବ। କାରଣ ଏହାପରେ କିଛି ମାସ ମଧ୍ୟରେ ସେଭଳି କୌଣସି ବିଶେଷ ପର୍ବପର୍ବାଣୀ ନଥାଏ । ଯାତ୍ରୀ ଏବଂ ଦର୍ଶନାର୍ଥୀଙ୍କ ସଂଖ୍ୟା ମଧ୍ୟ ଅପେକ୍ଷାକୃତ କମ୍ ଥାଏ ।
ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ ୧୯୬୦ ଧାରା ୦୬ ଅନୁଯାୟୀ ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ରାଜ୍ୟ ସରକାର ଉପଯୁକ୍ତ ନିର୍ଦ୍ଦେଶନାମା ଜାରି କରିବାକୁ ଅନୁରୋଧ କରାଯିବ ବୋଲି ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି । ହାଇକୋର୍ଟ ମଧ୍ୟ ପରିଚାଳନା କମିଟିର ନିଷ୍ପତ୍ତିକୁ ସଠିକ ବୋଲି ଗ୍ରହଣ କରିଛନ୍ତି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି । ତେବେ ଏହା ପରେ ରତ୍ନଭଣ୍ଡାର ଖୋଲିବା ନେଇ ଏକ ପ୍ରକାରର ବାଟ ଫିଟିଛି ।












Click it and Unblock the Notifications