ଦୀଘା ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରକୋଷ୍ଠରେ ବୈଠକ
ଦୀଘା ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀ ଉପସ୍ଥିତ ।

ପୁରୀ ବିରୋଧରେ ହେଉଛି କି ବଡ଼ ଷଡଯନ୍ତ୍ର ? ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି ଅନେକ ପୋଷ୍ଟ । ଯେଉଁଥିରେ ଶ୍ରୀକ୍ଷେତ୍ର ପୁରୀକୁ ବଦନାମ କରିବାକୁ ଚେଷ୍ଟା କରାଯାଉଛି ।
କିଛି ଲୋକ ଟ୍ରେଣ୍ଡ ଆରମ୍ଭ କରିଛନ୍ତି । ବେଙ୍ଗଲ ୱାରିୟର ନାମକ କେହି ବ୍ୟକ୍ତି ଏକ୍ସରେ ବିଭ୍ରାନ୍ତକାରୀ ପୋଷ୍ଟ କରୁଛନ୍ତି । ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପରେ ବିବାଦ ତେଜିବାରେ ଲାଗିଛି । ଏହାରି ଭିତରେ ଏପରି ପୋଷ୍ଟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିବାରେ ଲାଗିଛି । ଯାହାକୁ ଜଗନ୍ନାଥ ପ୍ରେମୀ ନାପସନ୍ଦ କରିଛନ୍ତି । ବିଭିନ୍ନ ମହଲରୁ ଏହାକୁ ନିନ୍ଦା କରାଯାଉଛି । ଶ୍ରୀକ୍ଷେତ୍ର ପୁରୀର ଗୌରବହାନୀ ହେଲା ଭଳି ଅପଚେଷ୍ଟା କରାଯାଉଛି ବୋଲି ଅଭିଯୋଗ ହେଉଛି । ତେବେ ଶ୍ରୀକ୍ଷେତ୍ର ପୁରୀକୁ ବଦନାମ କରୁଛି କିଏ? କେବେ ହେବ ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ? ଉଠୁଛି ଅନେକ ପ୍ରଶ୍ନ ।












Click it and Unblock the Notifications