ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ , ରାଜ୍ୟରେ ପୁଞ୍ଜି ନିବେଶ କ୍ଷେତ୍ରରେ ଆଉ ଏକ ମାଇଲ ଖୁଣ୍ଟ ସ୍ଥାପିତ

ଭୁବନେଶ୍ୱର:୧୨୭ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସଡବ୍ଲ୍ୟୁସିଏ) ବୈଠକ ଆଜି ଅପରାହ୍ନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଓଡିଶା ପାଇଁ ୧୭୧୩.୬୫ କୋଟି ଟଙ୍କାର ୧୪ଟି ପ୍ରକଳ୍ପକୁ ଅନୁମୋଦନ ମିଳିବା ପରେ ଓଡ଼ିଶା ଏକ ରୂପାନ୍ତରିତ ଅର୍ଥନୈତିକ ବିକାଶ ଦେଇ ଗତି କରୁଥିବା ଜଣାଯାଉଛି । ଏହି ବିବିଧ ପୁଞ୍ଜିନିବେଶ ଓଡ଼ିଶାର ଅର୍ଥନୈତିକ ଦୃଶ୍ୟପଟ୍ଟକୁ ନୂଆ ରୂପ ଦେବା ସହ ରାଜ୍ୟ ଏକ ପ୍ରମୁଖ ପୁଞ୍ଜିନିବେଶ ସ୍ଥଳ ଭାବେ ନିଜର ସ୍ଥିତିକୁ ସୁଦୃଢ଼ କରିଛି ।

ଏକ ଐତିହାସିକ ନିଷ୍ପତ୍ତି ସ୍ୱରୂପ ଏସଏଲଏସଡବ୍ଲ୍ୟୁସିଏ ବୈଠକରେ ଧାତବ କ୍ଷେତ୍ର ଉପରେ ନିର୍ଭର କରୁଥିବା ଆନୁଷଙ୍ଗିକ ଶିଳ୍ପ (ମେଟାଲ ଡାଉନଷ୍ଟ୍ରିମ୍ ଏବଂ ଆନସିଲାରିଜ୍‌), ଶକ୍ତି, ଔଷଧ, ପ୍ଲାଷ୍ଟିକ, ଖାଦ୍ୟ ପ୍ରକ୍ରିୟାକରଣ ଏବଂ ପର୍ଯ୍ୟଟନ ସମେତ ବିଭିନ୍ନ କ୍ଷେତ୍ରରେ ଅନେକ ପ୍ରକଳ୍ପକୁ ସବୁଜ ସଙ୍ଗେତ ଦିଆଯାଇଛି । ସମୁଦାୟ ୫୧୩୪ ନିଯୁକ୍ତି ସୃଷ୍ଟି ସମ୍ଭାବନା ଥିବା ୭ଟି ଜିଲ୍ଲାରେ ସମୁଦାୟ ୧୭୧୩.୬୫ କୋଟି ଟଙ୍କାର ପୁଞ୍ଜିନିବେଶ ସହିତ ଏହି ଉଦ୍ୟୋଗଗୁଡ଼ିକ ରାଜ୍ୟର ଅର୍ଥନୈତିକ ବିକାଶରେ ଉଲ୍ଲେଖନୀୟ ଯୋଗଦାନ ଦେବ ବୋଲି ଆଶା କରାଯାଉଛି ।

ଯାଜପୁରରେ ନିଓ ଇଣ୍ଡଷ୍ଟ୍ରିଜ୍ ମେଟାଲ ପ୍ରୋସେସିଂ ପ୍ରାଇଭେଟ୍ ଲିମିଟେଡ୍ ର ୭୨.୦୦ କୋଟି ଟଙ୍କାର ପ୍ରକଳ୍ପ ସହିତ ରାଜ୍ୟରେ ଇସ୍ପାତ ଆନୁଷଙ୍ଗିକ ଉଦ୍ୟୋଗ କ୍ଷେତ୍ରରେ ବୃଦ୍ଧି ଘଟିବାକୁ ଯାଉଛି । ଦୁଇଟି ପର୍ଯ୍ୟାୟରେ ୧୬ ହଜାର ୟୁନିଟ୍ କ୍ଷମତା ବିଶିଷ୍ଟ ଇସ୍ପାତ ୟୁନିଟ୍ ପାଇଁ କ୍ରୋମ ପ୍ଲେଟିଂ, ଗ୍ରାଇଣ୍ଡିଂ ଓ ଟେକ୍ଟରିଂ କରାଯିବ । ଏହା ୫୦ ଜଣଙ୍କୁ ନିଯୁକ୍ତି ସୁଯୋଗ ପ୍ରଦାନ କରିବ । ଷ୍ଟେନଲେସ୍ ଷ୍ଟିଲ୍ ଆଣ୍ଡ ଫେରୋ ଆଲଏଜ୍ କ୍ଷେତ୍ରରେ 'ଆନନ୍ଦ ଏକ୍ସପୋର୍ଟ, ଯାଜପୁର'ରେ ଏହାର ବ୍ୟାପକ ସମ୍ପ୍ରସାରଣ ପାଇଁ ପଦକ୍ଷେପ ନେଇଛି ।

ଏହି ପ୍ରକଳ୍ପରେ ୦.୦୩୮ ଏମଟିପିଏ ର ଫେରୋକ୍ରୋମ ୟୁନିଟ୍ କ୍ଷମତା ବୃଦ୍ଧି ଅନ୍ତର୍ଭୁକ୍ତ । ଏହା ଦ୍ୱାରା ୬୨୮.୦୦ କୋଟି ଟଙ୍କା ବିନିଯୋଗରେ ୨,୮୨୮ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଯାଜପୁରର କଳିଙ୍ଗ ନଗରରେ ଆସୋକା ସ୍କାଏ ମେଟାଲ୍ସ ପ୍ରାଇଭେଟ୍ ଲିମିଟେଡ୍ ମେଟାଲ୍ ଡାଉନଷ୍ଟ୍ରିମ୍ ୟୁନିଟ୍ ସ୍ଥାପନ କରିବାକୁ ଯାଉଛି । ଏହି ଉଦ୍ୟୋଗରେ ୧୦୧.୦୦ କୋଟି ଟଙ୍କାର ପ୍ରକଳ୍ପ ବ୍ୟୟ ବରାଦ କରାଯାଇଛି ଏବଂ ଏହା ଫଳରେ ୧୦୫ ନିଯୁକ୍ତି ସମ୍ଭାବନା ରହିଛି, ଯାହା ଇସ୍ପାତ କ୍ଷେତ୍ରକୁ ଆହୁରି ଉନ୍ନତ କରିବ ।

ମହିନ୍ଦ୍ରା ହୋଲିଡେଜ୍ ଆଣ୍ଡ ରିସୋର୍ଟ ପ୍ରକଳ୍ପକୁ ଗଂଜାମ ଜିଲ୍ଲାରେ ବାହୁଡ଼ା ନଦୀ ମୁହାଣ ନିକଟ ସୋନାପୁର ବେଳାଭୂମିରେ ୨୨୮.୪୫ କୋଟି ଟଙ୍କା ବିନିଯୋଗ କରି ଏକ ଆକର୍ଷଣୀୟ ବିଳାସପୂର୍ଣ୍ଣ ରିସୋର୍ଟ ପ୍ରତିଷ୍ଠା କରିବା ନିମନ୍ତେ ଅନୁମୋଦନ ମିଳିଛି । ଏହି ବିଳାସପୂର୍ଣ୍ଣ ରିସୋର୍ଟ ଓ ହୋଟେଲକୁ ଅନୁମୋଦନ ମିଳିବା ପରେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରକୁ ଯଥେଷ୍ଟ ପ୍ରୋତ୍ସାହନ ମିଳିଛି ଏବଂ ଏହା ଚିକିଟି, ଗଞ୍ଜାମରେ ୧୫୦ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିଛି । ଟିଏସ୍ ବିଚ୍ ରିସୋର୍ଟସ୍ ପ୍ରାଇଭେଟ୍ ଲିମିଟେଡ୍ ୧୩୨.୧୬ କୋଟି ଟଙ୍କା ବିନିଯୋଗରେ ପୁରୀରେ ଏକ କନଭେନ୍ସନ୍ ସେଣ୍ଟର ଏବଂ ୪ ଟି ଷ୍ଟାର୍ ହୋଟେଲ୍ ସହିତ ଆତିଥେୟତା ପ୍ରଦାନ କ୍ଷେତ୍ରରେ ନୂତନ ଆକର୍ଷଣୀୟ ପରିକଳ୍ପନା ସୃଷ୍ଟି କରିଛି ।

ପୁରୀର ସିପ ସରୁବାଲିରେ ସ୍ଥାପିତ ହେବାକୁ ଥିବା ଏହି ପ୍ରକଳ୍ପ ୨୫୦ ଜଣଙ୍କୁ ନିଯୁକ୍ତି ସୁଯୋଗ ପ୍ରଦାନ କରିବାକୁ ଲକ୍ଷ୍ୟ ରଖୁଛି । ସେହିପରି ହୋଟେଲ ରଶ୍ମି ପ୍ଲାଜା ଓପିସି ପ୍ରାଇଭେଟ୍ ଲିମିଟେଡ୍ ଝାରସୁଗୁଡ଼ାରେ ଏକ ୪ ତାରକା ହୋଟେଲ୍ ନିର୍ମାଣ କରି ଏହି କ୍ଷେତ୍ରରେ ଭନ୍ନତି ଆଣିଛି, ଯେଉଁଥିରେ ୭୦.୭୪ କୋଟି ଟଙ୍କାର ପ୍ରକଳ୍ପ ବ୍ୟୟ ଏବଂ ୨୧୦ ନୂତନ ନିଯୁକ୍ତି ସୁଯୋଗ ରହିଛି ।

ଜିନ୍ଦଲ ଷ୍ଟେନଲେସ୍ ଲିମିଟେଡ୍ ଯାଜପୁରରେ ୨୩.୦୨ ମେଗାୱାଟ୍ କ୍ୟାପ୍ଟିଭ୍ ରୁଫ୍ ଟପ୍ ସୌର ଶକ୍ତି ପ୍ଲାଣ୍ଟ ସ୍ଥାପନ କରି ଅକ୍ଷୟ ଶକ୍ତି କ୍ଷେତ୍ରରେ ଯୋଗଦାନ କରିବାକୁ ଲକ୍ଷ୍ୟ ରଖିଛି । ୧୧୦.୨୪ କୋଟି ଟଙ୍କାର ପ୍ରକଳ୍ପ ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ୬୦ ଜଣଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବ ବୋଲି ଆଶା କରାଯାଉଛି । ଏସିକେମ୍ ରେମେଡି ପ୍ରାଇଭେଟ୍ ଲିମିଟେଡ୍ ପୁରୀର କୁର୍କିଠାରେ ଟ୍ୟାବଲେଟ୍‌, କ୍ୟାପସୁଲ୍‌, ମଲମ ଏବଂ ଲିକୁଇଡ୍ ଓରାଲ୍ ଉତ୍ପାଦନ କରି ଔଷଧ କ୍ଷେତ୍ରରେ କାର୍ଯ୍ୟ କରୁଛି । ୫୩.୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପରେ ୧୬୩ ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ଆକଳନ କରାଯାଇଛି । ବେଷ୍ଟ ପାୱାର ଇକ୍ସିପମେଣ୍ଟ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଖୋର୍ଦ୍ଧାରେ ୟୁପିଏସ ସିଷ୍ଟମ ଓ ବ୍ୟାଟେରୀ ଉତ୍ପାଦନ ପାଇଁ ଏକ ୟୁନିଟ୍ ସ୍ଥାପନ ପାଇଁ ଯୋଜନା କରାଯାଇଛି ।

୫୨.୭୫ କୋଟି ଟଙ୍କାର ପ୍ରକଳ୍ପ ବ୍ୟୟରେ ଏହି ପ୍ରକଳ୍ପ ୩୫୦ ଜଣଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବାକୁ ଯାଉଛି । ଆହୁରି ମଧ୍ୟ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଓରିବାକେ ପ୍ରାଇଭେଟ୍ ଲିମିଟେଡ୍ କଟକ ଜିଲ୍ଲା ଟାଙ୍ଗୀ-ଚୌଦ୍ୱାରଠାରେ ବିସ୍କୁଟ୍ ଏବଂ ଅନ୍ୟାନ୍ୟ ବେକ୍ଟ ଉତ୍ପାଦ ଉତ୍ପାଦନ ୟୁନିଟ୍ ସହିତ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଉନ୍ନତି ଆଣିବାକୁ ଯାଉଛି । ବାର୍ଷିକ ୬୦ ହଜାର ମେଟ୍ରିକ ଟନ୍ କ୍ଷମତା ବିଶିଷ୍ଟ ଏହି ୫୧.୮୦ କୋଟି ଟଙ୍କାର ପ୍ରକଳ୍ପ ୨୮୦ ଜଣଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବ ।

ସନ ଆଗ୍ରୋ ଫୁଡସ୍ ଯାଜପୁରରେ ଏହାର ଆଧୁନିକ ରାଇସ୍ ମିଲ୍ ପ୍ରକଳ୍ପ ମାଧ୍‌ଯମରେ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଯୋଗଦାନ ଦେବ । ୫୦.୪୩ କୋଟି ଟଙ୍କାର ବ୍ୟୟ ଅଟକଳ ସହିତ ଏହି ପ୍ରକଳ୍ପ ୯୮ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଉଛି । ଏସଏମଭିଡି ପଲି ପ୍ୟାକ୍ ଲିମିଟେଡ୍ ଜଗତସିଂହପୁରରେ ପିପି/ ଏଚଡିପିଇ ବ୍ୟାଗ୍ ଏବଂ ବସ୍ତା (ଅଖା) ଉତ୍ପାଦନ ୟୁନିଟ୍ ସହିତ ପ୍ଲାଷ୍ଟିକ୍ କ୍ଷେତ୍ର ଉପରେ ଧ୍ୟାନ ଦେଉଛି । ବାର୍ଷିକ ୧୦,୫୦୦ ମେଟ୍ରିକ୍ ଟନ୍ କ୍ଷମତା ବିଶିଷ୍ଟ ଏହି ୬୧.୩୦ କୋଟି ଟଙ୍କାର ପ୍ରକଳ୍ପରେ ୨୧୫ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ରହିଛି । ଟେକ୍ସନ୍ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ ଖୋର୍ଦ୍ଧାରେ ପ୍ଲାଷ୍ଟିକ୍ ଉତ୍ପାଦ ଉତ୍ପାଦନ ୟୁନିଟ୍ ସହିତ ପ୍ଲାଷ୍ଟିକ୍ କ୍ଷେତ୍ରରେ ଅଗ୍ରଗତି କରିବାକୁ ଲକ୍ଷ୍ୟ ରଖିଛି ।

Meeting of State-level Single Window

୫୧ କୋଟି ଟଙ୍କାର ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ୩୦୦ ଜଣଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବ ବୋଲି ଆଶା କରାଯାଉଛି । ମିଡିଆଇଡ୍ ମାର୍କେଟିଂ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ କଟକ ରାମଦାସପୁରରେ ଦୈନିକ ୭.୨ ଲକ୍ଷ ସଂଖ୍ୟକ ସିରିଞ୍ଜ ଉତ୍ପାଦନ ୟୁନିଟ୍ ସ୍ଥାପନ କରିବାକୁ ଯାଉଛି । ୫୦.୭୮ କୋଟି ଟଙ୍କାର ବ୍ୟୟ ଅଟକଳରେ ଏହି ପ୍ରକଳ୍ପ ଦ୍ୱାରା ୭୫ ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ଆଶା କରାଯାଉଛି ।

ସାମଗ୍ରିକ ଭାବରେ ଏହି ସମସ୍ତ ପ୍ରକଳ୍ପ ରୂପାନ୍ତରଣକାରୀ ପ୍ରକଳ୍ପ ଭାବେ ୫,୧୩୪ ନିଯୁକ୍ତି ସୁଯୋଗ ସୃଷ୍ଟି ସହିତ ଓଡ଼ିଶାରେ ଶିଳ୍ପ ଅଭିବୃଦ୍ଧି ଏବଂ ଅର୍ଥନୈତିକ ସମୃଦ୍ଧି ପାଇଁ ପଥ ପ୍ରଶସ୍ତ କରିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦକ୍ଷ ନେତୃତ୍ୱ ଓଡ଼ିଶାକୁ ଏକ ବିଶ୍ୱସ୍ତରୀୟ ପୁଞ୍ଜିନିବେଶ ସ୍ଥଳରେ ପରିଣତ କରୁଛି ଓ ନିରନ୍ତର ଅଭିବୃଦ୍ଧି ପାଇଁ ତାଙ୍କର ଦୂରଦୃଷ୍ଟିସମ୍ପନ୍ନ ଆଭିମୁଖ୍ୟ ଓ ସମର୍ପଣ ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଏକ ଉଲ୍ଲେଖନୀୟ ମାନଦଣ୍ଡ ସୃଷ୍ଟି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+