ଅଧ ରାତି ପର୍ଯ୍ୟନ୍ତ ବୈଠକ : ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ବଢିଲା ଚର୍ଚ୍ଚା

ବାଲେଶ୍ୱର ପୀଡିତାଙ୍କୁ ନେଇ ଉଠୁଛି ପଡୁଛି ରାଜ୍ୟ । ଛାତ୍ରୀଙ୍କ ଆତ୍ମଦାହ ଘଟଣାକୁ ନେଇ ବିରୋଧୀଙ୍କ ହଲ୍ଲାବୋଲ ଚାଲିଛି । ଏପରି ସମୟରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବିଳମ୍ୱିତ ରାତି ଯାଏ ଚାଲିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ହୋଇଥିବା ବୈଠକରେ ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ସାମିଲ ହୋଇଥିଲେ ।

ଭିଡିଓ ଭାଇରାଲ ପରେ ଜଣାପଡିଛି ଅସଲ ସତ। ଏଫଏମ ଛାତ୍ରୀ ସୌମ୍ୟାଙ୍କ ମୃତ୍ୟୁ ଖବର ସାରା ଓଡ଼ିଶାରେ ଚହଳ ପକାଇଛି। ଏହି ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଥିବାବେଳେ ଅକଳରେ ପଡିଛନ୍ତି ଭାଜପା ସରକାର। ଗତକାଲି ବିଜେଡି ଭୁବନେଶ୍ୱର ଓ ବାଲେଶ୍ୱରରେ ଚକା ଜାମ୍‌ କରିଥିବାବେଳେ ଆଜି ପୂରା ଓଡ଼ିଶାର ଅଖଚକ ବନ୍ଦ କରିଛି କଂଗ୍ରେସ। ରାଜ୍ୟ ରାଜନୀତି ସରଗରମ ଦେଖିବାକୁ ମିଳିଛି।

Meeting till midnight Discussions grow over cabinet expansion

ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ବୁଧବାର ରାତିରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଡିଜିପି ୱାଇ.ବି. ଖୁରାନିଆ ଉପସ୍ଥିତ ଥିଲେ। ଭାଜପା ରାଜ୍ୟ ସଭାପତି ଓ କିଛି ଭାଜପା ବିଧାୟକ ମଧ୍ୟ ଆଲୋଚନାରେ ସାମିଲ ହୋଇଥିବା ସୂଚନା ମିଳିଛି । ତେବେ କେଉଁ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଥିଲା ତାହା ଜଣାପଡିନାହିଁ । ତେବେ ପୂର୍ବରୁ ମନ୍ତ୍ରିମଣ୍ଡଳ ସଂପ୍ରସାରଣକୁ ନେଇ ଚର୍ଚ୍ଚା ଚାଲିଥିବାରୁ ସେ ସଂପର୍କରେ ଆଲୋଚନା ହୋଇଥିବା କୁହାଯାଉଛି ।ବାଲେଶ୍ୱର ଘଟଣାକୁ ନେଇ ରାଜ୍ୟରେ ସୃଷ୍ଟି ହୋଇଥିବା ଅଶାନ୍ତି ପରିସ୍ଥିତି ମଧ୍ୟରେ ଏହି ବୈଠକ ଅନୁଷ୍ଠିତ ହୋଇଛି।

ବୈଠକ ପରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଡିଜିପି ଓୱାଇ.ବି. ଖୁରାନିଆ ମୁଖ୍ୟମନ୍ତ୍ରୀଙ୍କ ବାସଭବନରୁ ପ୍ରସ୍ଥାନ କରିଥିବା ଦେଖାଯାଇଥିଲା। କୁହାଯାଉଛି ଯେ, ବାଲେଶ୍ୱର ଘଟଣା ସମ୍ପର୍କରେ ଆଲୋଚନା କରିବା ପାଇଁ ଏହି ବୈଠକ ଆୟୋଜନ କରାଯାଇଥିବା ବେଳେ, ଏହାକୁ ନେଇଁ ବଡ଼ ବଡ଼ ନେତା ମୁହଁ ଖୋଲିବାକୁ ମନା କରିଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି, ଘଟଣାରେ ଯେଉଁମାନେ ସମ୍ପୃକ୍ତ ସମସ୍ତେ ଦଣ୍ଡିତ ହେବେ । ସେନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟ ସଭାପତିଙ୍କ ଉପସ୍ଥିତିରେ ବାଲେଶ୍ୱର ଘଟଣା ସମ୍ପର୍କରେ ଆଲୋଚନା ହୋଇଛି । ଆଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏଭଳି ଘଟଣା ଯେମିତି ଭବିଷ୍ୟତରେ ରାଜ୍ୟର କୌଣସି କଲେଜରେ ନଘଟେ ସେନେଇ ସରକାର ଚେଷ୍ଟିତ ଅଛନ୍ତି । ହେଲେ ଗତକାଲିର ବୈଠକରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଆଲୋଚନା ହୋଇଥିବା ସୂଚନା ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+