Get Updates
Get notified of breaking news, exclusive insights, and must-see stories!

ଓଡିଶା ଦିବସ ପାଳନ ବୈଠକ; ଆଦର୍ଶ ଆଚରଣ ବିଧି ପାଳନ ପୂର୍ବକ ବିଭିନ୍ନ କାର୍ଯ୍ୟକ୍ରମ ହେବ ଆୟୋଜନ

ଭୁବନେଶ୍ୱର: ଚଳିତ ବର୍ଷ ଓଡ଼ିଶା ଦିବସ ରାଜ୍ୟ, ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ପାଳନ କରିବା ନିମନ୍ତେ ନିଷ୍ପତ୍ତି ଗ୍ରହଣ ଗ୍ରହଣ କରାଯାଇଛି । ଆଦର୍ଶ ଆଚରଣ ବିଧି ପାଳନ ପୂର୍ବକ ଏହି ଦିବସ ପାଳନ ନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଆଭାସୀ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଛି।

ଚଳିତ ବର୍ଷ ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ଲାଗୁ କରାଯାଇଥିବା ଆଦର୍ଶ ଆଚରଣ ବିଧି ମୁତାବକ ଓଡ଼ିଶା ଦିବସ ପାଳନର ରୂପରେଖ ସମ୍ପର୍କରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ପ୍ରାରମ୍ଭିକ ସୂଚନା ଦେଇଥିଲେ । ପ୍ରମୁଖ ଶାସନ ସଚିବ ନିର୍ବାଚନ ଆଚରଣ ବିଧି ପାଳନ ପୂର୍ବକ ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ଓଡ଼ିଶା ଦିବସକୁ ସଠିକ୍ ମର୍ଯ୍ୟାଦାର ସହ ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

Odisha divas

ଓଡ଼ିଶା ଦିବସ ପାଳନ ଅବସରରେ ଜିଲ୍ଲାରେ ଥିବା ସମସ୍ତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ । ରେକର୍ଡ ମାଧ୍ୟମରେ କେବଳ ଓଡ଼ିଆ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇ ପ୍ରାତଃ ସମୟରେ ପ୍ରଭାତ ଫେରି ଅନୁଷ୍ଠିତ ହେବ । ଜିଲ୍ଲାପାଳଙ୍କ ସମେତ ଜିଲ୍ଲାର ବରିଷ୍ଠ ଅଧିକାରୀ, ଶିକ୍ଷାବିତ୍, ବୁଦ୍ଧିଜୀବୀ ଆଦିଙ୍କୁ ସାମିଲ କରି ଓଡ଼ିଶା ଦିବସ ପାଳନର ତାତ୍ପର୍ଯ୍ୟ ଏବଂ ବରପୁତ୍ରମାନଙ୍କର ଅବଦାନ ସମ୍ପର୍କରେ ଏକ ସାଧାରଣ ସଭା ଆୟୋଜନ କରାଯିବ । ସଭା ପ୍ରାରମ୍ଭରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଅନୁମୋଦିତ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରାଯିବ । ଏହି ସଭାକୁ ଅଠର ବର୍ଷରୁ କମ୍ ବୟସ ଛାତ୍ରଛାତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ ।

ଏତଦ୍ ବ୍ୟତୀତ ବରପୁତ୍ରମାନଙ୍କ ରଚନାରୁ ଓଡ଼ିଆ ଦେଶାତ୍ମବୋଧକ ସଙ୍ଗୀତ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶିତ ହେବ । ଜିଲ୍ଲା ଓ ଉପଖଣ୍ଡର ପ୍ରମୁଖ ସରକାରୀ କୋଠାବାଡ଼ିଗୁଡ଼ିକର ଆଲୋକସଜ୍ଜା କରାଯାଇପାରିବ ।

ଏହି କାର୍ଯ୍ୟକ୍ରମକୁ କୌଣସି ରାଜନୈତିକ ବ୍ୟକ୍ତିବିଶେଷଙ୍କୁ ଆମନ୍ତ୍ରଣ କରାଯିବ ନାହିଁ କିମ୍ବା କୌଣସି ସରକାରୀ କାର୍ଯ୍ୟକ୍ରମର ପ୍ରଚାର, ପ୍ରସାର ଏବଂ ଦଳୀୟ ଲୋଗୋ ଆଦିର ବ୍ୟବହାର ମଧ୍ୟ କରାଯାଇପାରିବ ନାହିଁ । ଏହି ଅବସରରେ କୌଣସି ଶୋଭାଯାତ୍ରା, ରାଜନୈତିକ ଭାଷଣ ଏବଂ ପ୍ରଚାର ସହ କୌଣସି ପ୍ରକାର ଶୋଭାଯାତ୍ରା, ମାନପତ୍ର ଏବଂ ଫଳକ ଆଦି ପ୍ରଦାନ ନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା କରାଯାଇ ପୁରସ୍କାର ଦିଆଯାଇ ପାରିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+