Get Updates
Get notified of breaking news, exclusive insights, and must-see stories!

ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ

ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ । ପ୍ରଥମ ଦିନରେ ୩୮,୭୦୦ କୋଟି ଟଙ୍କାର ନିବେଶ ସୁଯୋଗ ।ସ୍ବାକ୍ଷରିତ ହୋଇଛି ୧୯ ହଜାର ୨୦୦ କୋଟି ଟଙ୍କାର ୭ଟି Mou । ପ୍ରମୁଖ ଶିଳ୍ପପତିଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଲୋଚନା ।

mohan majhi

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଏହି ରୋଡ୍‌ ଶୋ'ରେ ଯୋଗଦେଇ ପ୍ରମୁଖ ଶିଳ୍ପ ସଂସ୍ଥାର ମୁଖ୍ୟମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ବିଶେଷ କରି, ଫାର୍ମାସ୍ୟୁଟିକାଲ୍ସ ଓ ମେଡିକାଲ ଉପକରଣ, ଗ୍ରୀନ ଏନର୍ଜି ଓ ଟେକ୍ସଟାଇଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ ଓ ଅଟୋମୋବାଇଲ୍ ପାର୍ଟସ୍, ଇଞ୍ଜିନିୟରିଂ ସାମଗ୍ରୀ କ୍ଷେତ୍ରର ପ୍ରତିଷ୍ଠିତ କମ୍ପାନୀଗୁଡ଼ିକ ସହ ଓ୍ବାନ୍‌-ଟୁ-ଓ୍ବାନ୍‌ ଆଲୋଚନା କରିଛନ୍ତି।

ଏହି ସମ୍ମିଳନୀରେ ସରକାର ଓ ଶିଳ୍ପ ସଂସ୍ଥା ମଧ୍ୟରେ ୧୫ଟି ଗୁରୁତ୍ୱପୂର୍ଣ୍ଣ (G2B) ବୈଠକ ହୋଇଛି। ଏଥିରେ ଇଣ୍ଡୋରାମା ଇଣ୍ଡଷ୍ଟ୍ରିଜ୍, ଜିନ୍ଦଲ ପଲି ଫିଲ୍ମସ, ଏବିଆଇ ସୋୱାଟେକ୍ ଏବଂ ମାରୁତି ଭଳି ବଡ଼ ବଡ଼ କମ୍ପାନୀ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏବଂ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିଳ୍ପପତିଙ୍କ ଏହି ଉତ୍ସାହଜନକ ପ୍ରତିକ୍ରିୟା ଓଡ଼ିଶାର ଶିଳ୍ପ ନୀତି ଉପରେ ବିଶ୍ୱାସକୁ ଦର୍ଶାଉଛି। ରାଜ୍ୟରେ ଏକ ସୁଦୃଢ଼ ପରିବେଶ ଏବଂ ନୂତନ ଫାର୍ମାସ୍ୟୁଟିକାଲ୍ ନୀତି ମାଧ୍ୟମରେ ନିବେଶକଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି।

ଶୁକ୍ରବାର ମଧ୍ୟ ଏହି ନିବେଶକ ସମ୍ମିଳନୀ ଜାରି ରହିବ, ଯେଉଁଥିରେ ଆହୁରି ଅନେକ ବଡ଼ ଚୁକ୍ତି ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+