ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାର ସହ କଥା ହେଲ ମୁଖ୍ୟମନ୍ତ୍ରୀ: କହିଲେ, ଶହୀଦଙ୍କ ସ୍ମୃତିରେ ପ୍ରତିଷ୍ଠା ହେବ ସ୍ମାରକୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ ଆଲୋଚନା କରି ସମବେଦନା ଜଣାଇଛନ୍ତି ।
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ ଆଲୋଚନା କରି ସମବେଦନା ଜଣାଇଛନ୍ତି । ଶହୀଦଙ୍କ ତ୍ୟାଗ କେବେ ହେଲେ ବିଫଳ ହେବ ନାହିଁ ବୋଲି କହିଛନ୍ତି । କୋଭିଡ ବିରୁଦ୍ଧରେ ଏହି ଲଢେଇରେ ଆମ ନିଶ୍ଚିୟ ଜିତିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ବାଢିଛନ୍ତି ।
ତେବେ ଶହୀଦ କୋଭିଡ ଯୋଦ୍ଧାଙ୍କ ତ୍ୟାଗର ସ୍ମୃତି ରକ୍ଷା ପାଇଁ ଭୁବନେଶ୍ବରରେ ଏକ ସ୍ମାରକୀ ପ୍ରତିଷ୍ଠା କରାଯିବ । ଏଥିରେ ଶହୀଦ ହୋଇଥିବା ସବୁ କୋଭିଡ ଯୋଦ୍ଧାଙ୍କ ନାମ ଲିପିବଦ୍ଧ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି, "ଆପଣଙ୍କ ପରିବାରର ତ୍ୟାଗକୁ ଏ ଜାତି ସବୁବେଳେ ସମ୍ମାନର ସହ ମନେ ରଖିବ । ୨୦୨୦ ଥିଲା ମାନବ ଇତିହାସର ଏକ ସଂକଟମୟ ବର୍ଷ । ସାରା ବିଶ୍ବ ସହ ଓଡିଶା ମଧ୍ୟ ଏହି ସଂକଟର ସାମନା କରିଛି ଏବଂ ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାଙ୍କ ନିଷ୍ଠା, ତ୍ୟାଗ ଓ ସେବା ଯୋଗୁ ଆମେ ଆଜି ଭଲ ସ୍ଥିତିରେ ରହିଛୁ । "

ମୁଖ୍ୟମନ୍ତ୍ରୀ ଆହୁରୀ କହିଛନ୍ତି, ଦୁଃଖର କଥା ଯେ ଏହି ଯୁଦ୍ଧରେ ଆମର ୧୦୦ରୁ ଅଧିକ କୋଭିଡ ଯୋଦ୍ଧା ଶହୀଦ ହୋଇଛନ୍ତି । ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାର ଆପଣମାନଙ୍କ ସହିତ ଅଛନ୍ତି । ଏ ଶୂନ୍ୟତା କେବେ ବି ପୂରଣ କରିହେବ ନାହିଁ । ଆମେ କେବଳ ଆପଣମାନଙ୍କୁ ଏତିକି ସହାୟତା କରିପାରିବୁ ଯେଉଁଥିରେ ସେମାନଙ୍କୁ ପରିବାରର ସଦସ୍ୟଙ୍କ ପରଲୋକ ଯୋଗୁ ଯେପରି ଆପଣଙ୍କ ପରିବାର କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି । ସରକାର ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଛନ୍ତି ।
ମାଲକାନଗିରି, କଟକ, ବରଗଡ, ବାଲେଶ୍ବର ଓ ଗଞ୍ଜାମରେ ଉପସ୍ଥିତ ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାର ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ । ଶହୀଦ ମାନଙ୍କ ପରିବାରବର୍ଗ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧା ଓ ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications