ଲୁପ ଲାଇନରେ ପଶିଗଲା ମେମୁ ! ଲୋକ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଅଳ୍ପକେ ବଞ୍ଚିଲେ ଯାତ୍ରୀ

ଦୁର୍ଘଟଣାରୁ ବର୍ତ୍ତିଲା ଟ୍ରେନ୍ ! ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଲା ମେମୁ ଟ୍ରେନ । ଭଦ୍ରକରୁ ବାଲେଶ୍ୱର ଆସୁଥିଲା ବେଳେ ନୀଳଗିରି ରୋଡରେ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଛି ଟ୍ରେନ। ଲୁପ ଲାଇନରେ ପଶିଗଲା ମେମୁ ।

ତେବେ ସିଗନାଲ କିମ୍ବା ଟ୍ରାକର ତ୍ରୁଟି ଜଣା ପଡିନଥିବା ବେଳେ ଲୋକ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ହଜାର ହଜାର ଯାତ୍ରୀଙ୍କ ଜୀବନ ବଞ୍ଚି ଯାଇଛି । ନୀଳଗିରି ରୋଡ଼ରେ ଦୁଇ ଘଣ୍ଟାରୁ ଅଧିକ ସମୟ ରହିଥିବା ବେଳେ ଲୋକପାଇଲଟ ଗାଡିକୁ ପଛକୁ ବ୍ରେକ କରି ପୁଣି ବାଲେଶ୍ୱର ଅଭିମୁଖେ ଯାଇଥିବା ଜଣାପଡ଼ିଛି।

TRAIN_ACCIDENT

ବାଲେଶ୍ୱରଠାରେ ଯାତ୍ରୀମାନେ ୪ନମ୍ବର ଟ୍ରାକରେ ଗାଡି ପହଞ୍ଚିବା ପରେ ଯାତ୍ରମାନେ ଲୋକପାଇଲଟକୁ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । ତେବେ ଯାହା ହେଉ ଲୋକେ ନୂଆ ଜୀବନ ଫେରି ପାଇଛନ୍ତି।

ଉଲ୍ଲେଖଥାଉ କି, ଗତ ଜୁନ୍ ମାସ ୨ ତାରିଖରେ ବାଲେଶ୍ୱର ବାହାନଗାରେ ଏହି ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଥିଲା । ସାଲିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍‌ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା । ଠିକ୍‌ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍‌ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍‌ । ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ । ଏହି ଘଟଣା ସମଗ୍ର ଦେଶରେ ଆଲୋଡନ ଖେଳାଇ ଦେଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+