ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା, ୩ ଜିଲ୍ଲାକୁ ସତର୍କ ସୂଚନା ଜାରି କଲେ ପାଣିପାଗ ବିଭାଗ

ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଓଡି଼ଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଛି ଗଭୀର ଅବପାତ। ଏହା ପ୍ରଭାବରେ ପ୍ରବଳ ବର୍ଷା ନେଇ ରବିବାର ୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଏଥିସହ ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବରଗଡ଼, ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

rain

ସୂଚନାଥାଉ କି, ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି ଅବପାତ। ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝରକୁ ରେଡ ଆଲର୍ଟଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳକୁ ଅରେଞ୍ଜ ୱାର୍ନିଂ ଏବଂ ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁରକୁ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଜିଲାପାଳ ମୟୁରଭଞ୍ଜ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+