୩ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, ବର୍ଷା ଓ ବଜ୍ରପାତ ବିପଦ ନେଇ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟର ୩ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡ଼ା ଭଳି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।












Click it and Unblock the Notifications