ମାଡ଼ି ଆସୁଅଛି ବାତ୍ୟା; ବାତ୍ୟା ପାଇଁ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ବାତ୍ୟା ପାଇଁ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଆଜି ଠାରୁ ଆରମ୍ଭ ହୋଇଯିବ ପ୍ରଭାବ । ଆନ୍ଧ୍ରରେ ହିଟ୍ କରିବ ମୋନ୍ଥା। ଓଡ଼ିଶାରେ ଭୀଷଣ ବର୍ଷା ହେବ। ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା ବିତ୍ପାତ। ୨୮ ଓ ୨୯ ତାରିଖରେ ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଆଜିଠାରୁ ବର୍ଷା ଢାଳିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

Meteorological Department

ମାଲକାନଗିରି, କୋରାପୁଟର, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାଣ୍ଣିଂ ।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ। ସେହିପରି କାଲି ୬ ଜିଲ୍ଲାକୁ ଅରେଞ୍ଜ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା, ପଶ୍ଚିମ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି ରହିବ।

୨୯ ତାରିଖରେ ମାଲକାନଗିରି, କୋରପୁଯଣ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲକୁ ରେଡ୍ ୱାର୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୯ ତାରିଖରେ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରାୟ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି ହୋଇଛି। ପୂରା ଓଡ଼ିଶାରେ ବର୍ଷା କରିବ ବାତ୍ୟା ମୋନ୍ଥା। କନ୍ଧମାଳ କଳିଙ୍ଗା ଘାଟିରେ ଭୂସ୍ଖଳନ ହୋଇଥିବାରୁ ଏହା ଉପରେ ନଜର ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+