୧୯ ଯାଏଁ କାଳବୈଶାଖୀ ବର୍ଷା, ଏସବୁ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ରାଜ୍ୟରେ ଆଗକୁ ତାତି ବଢ଼ିପାରେ । ୨ଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶୁକ୍ରବାର ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳରେ ଝଡ଼ ବର୍ଷା ଆଶଙ୍କା ଅଛି ।

Meteorological

୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଆଶଙ୍କା ଅଛି । ୧୬ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

୯ ତାରିଖ ଯାଏ ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ ପ୍ରଭାବରେ ମୌସୁମୀ ଅଗ୍ରସର ହୋଇପାରେ । ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଓ ଆଣ୍ଡାମାନ ନିକୋବର ଦୀପକୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗୁରୁବାର ବଲାଙ୍ଗୀରରେ ୪୦.୩, ସମ୍ବଲପୁରରେ ୪୦.୨, ଝାରସୁଗୁଡ଼ାରେ ୩୯.୬, ନୂଆପଡ଼ା ଓ ଭବାନୀପାଟଣାରେ ୩୯.୫ ଡିଗ୍ରୀ ରେକର୍ଡ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+