Get Updates
Get notified of breaking news, exclusive insights, and must-see stories!

ଉତ୍କଳ ଦିବସ ଭେଟି: ଭୁବନେଶ୍ୱରରୁ ଗଡିବ ମେଟ୍ରୋ ଟ୍ରେନ, ପ୍ରସ୍ତାବକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

Metro Train

ଭୁବନେଶ୍ୱର: ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଆଉ ଏକ ବଡ ବଡ଼ ଉପହାର ଦେଲେ ନବୀନ । ଓଡିଶାରେ ଗଡିବ ମେଟ୍ରୋ ଟ୍ରେନ୍ । ଭୁବନେଶ୍ୱରରୁ ଖୋର୍ଦ୍ଧା, ଭୁବନେଶ୍ୱରରୁ ପୁରୀ, ଭୁବନେଶ୍ୱରରୁ କଟକ ଗଡବ ମେଟ୍ରୋ ଟ୍ରେନ ।

ସର୍ଭେ ପରେ ମେଟ୍ରୋ ଟ୍ରେନ୍ ଚଳାଚଳ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ତ୍ରିଶୂଳିଆ ପର୍ଯ୍ୟନ୍ତ କାମକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିମାନ ବନ୍ଦର, ରେଳ ଷ୍ଟେସନ, ବାଣୀବିହାର, ଜୟଦେବ ବିହାର, ପଟିଆ, ନନ୍ଦନକାନନ ଏବଂ ତ୍ରିଶୂଳିଆ ଦେଇ ମେଟ୍ରୋ ଚଳାଇବାକୁ ଯୋଜନା ରହିଛି । ଭିଡ଼ କମାଇବା ପାଇଁ ମେଟ୍ରୋ ଚଳାଇବାକୁ ରାଜ୍ୟ ସରକାର ଏହି ବଡ ପଦକ୍ଷେପ ନେଇଛନ୍ତି ।

ସୂଚନା ଅନୁସାରେ ଅଗଷ୍ଟ ୧୫ରୁ କାର୍ଯ୍ୟ ଆରମ୍ଭ ହୋଇପାରେ । ଏଥିପାଇଁ ଆଜି ମୁଖ୍ୟ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ୟ୍ୟନ୍ତ ବିଭିନ୍ନ ସ୍ଥାନରେ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, 5T ସଚିବ ଭିକେ ପାଣ୍ଡିଆନ, ଉନ୍ନୟନ କମିଶନର, ଅନୁ ଗର୍ଗ । ସମୀକ୍ଷା ବେଳେ ପରିବହନ ସଚିବ ଉଷା ପାଢୀ, ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥ୍ୟୁ ଭାଥନମ, ଆଇଟି ପ୍ରମୁଖ ସଚିବ ମନୋଜ ମିଶ୍ର ଓ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସମୀକ୍ଷା ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+