ଭୁବନେଶ୍ୱରରେ ବିଲ୍ ଗେଟ୍ସ, ମାଆ ମଙ୍ଗଳା ବସ୍ତିକୁ ଯାଇ ଲୋକଙ୍କ ସହ କଲେ ଆଲୋଚନା
ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଛନ୍ତି ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ ଗେଟ୍ସ । ଏହି ସମୟରେ ସେ ଅନେକ କାର୍ଯ୍ୟତୃକ୍ରମରେ ଯୋଗ ଦେବେ । ପ୍ରଥମେ ବିଲ୍ ଗେଟ୍ସ ଲୁମ୍ବିନୀ ବିହାର ମା' ମଙ୍ଗଳା ବସ୍ତିକୁ ଯାଇଛନ୍ତି । ଘରକୁ ଘର ଯାଇ ବସ୍ତି ବାସିନ୍ଦାଙ୍କୁ ଭେଟି ଆଲୋଚନା କରିବା ସହ ବିଭିନ୍ନ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝିଛନ୍ତି ବିଲ୍ ଗେଟ୍ସ । ଏହା ସହ ଜାଗା ମିଶନ, ମୁକ୍ତା ଆଦି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ସେମାନଙ୍କୁ କଣ ମିଳୁଛି ପଚାରି ବୁଝିଛନ୍ତି ।

ଏହାପରେ ବିଲ୍ ଗେଟ୍ସ କୃଷି ଭବନ ଏବଂ ମିଶନ ଶକ୍ତି ବଜାର ବୁଲି ଦେଖିବେ । ଏହାରି ମଧ୍ୟରେ କୃଷି ଭବନରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । 12.35 ରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ । ଏହି ସମୟରେ କୌଣସି ଗୁରୁତ୍ଵପୂର୍ଣ୍ଣ ଆଲୋଚନା ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।
ଏହି ଗସ୍ତ ସମୟରେ ବିଲ୍ ଗେଟସ୍ ରାଜ୍ୟର ଚାଷୀ ଓ କୃଷି ଉଦ୍ୟୋଗୀଙ୍କୁ ମଧ୍ୟ ଭେଟିବେ ବୋଲି ଜଣାପଡ଼ିଛି । ରାଜ୍ୟର କିଛି ମହିଳା ଚାଷୀ ଓ ଉଦ୍ୟୋଗୀଙ୍କୁ ବିଲ୍ ଗେଟସ୍ ଏହି ସମୟରେ ଭେଟି ସେମାନଙ୍କର ମତାମତ ନେବେ ବୋଲି ସୂଚନା ମିଳିଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications