Get Updates
Get notified of breaking news, exclusive insights, and must-see stories!

ସ୍କୁଲ ନ ଆସିଲେ ଘରକୁ ଦିଆଯିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର: ଶିକ୍ଷାର ବିକାଶ ଓ ପିଲାଙ୍କୁ ପାଠପଢା ପ୍ରତି ଆକୃଷ୍ଟ କରିବାକୁ ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର । ଗରିବ ପରିବାରର ପିଲାମାନେ ଯେପରି ଶିକ୍ଷା ପାଇପାରିବେ ସେଥିପାଇଁ ସେମାନଙ୍କୁ ମଧ୍ୟାହ୍ନଭୋଜନ, ପୋଷାକ, ବହି ଆଦି ବିଭିନ୍ନ ପ୍ରକାର ସାମଗ୍ରୀ ମାଗଣାରେ ପ୍ରଦାନ କରାଯାଉଛି । ଏଥିସହିତ ମେଧାବୀ ଛାତ୍ରଛାତ୍ରୀମାନେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଜରିଆରେ ଉପକୃତ ହୋଇପାରୁଛନ୍ତି ।

mid day meal

ଏହି ସମୟରେ ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଘରକୁ ଦିଆଯିବ ମଧ୍ୟାହ୍ନ ଭୋଜନ । ସ୍କୁଲ୍ ଆସି ପାରୁନଥିବା 6 ରୁ 14 ବର୍ଷର ଅସୁସ୍ଥ ଓ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଘରେ ମଧ୍ୟାହ୍ନଭୋଜନ ବାବଦକୁ ଶୁଖିଲା ରାସନ୍ ଦିଆଯିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଛାତ୍ରଛାତ୍ରୀମାନଙ୍କୁ ଶ୍ରେଣୀ ଅନୁସାରେ ସେମାନଙ୍କ ଘରେ ମଧ୍ୟାହ୍ନଭୋଜନ ଚାଉଳ ଦିଆଯିବ । ଏହା ସହ ରୋଷେଇ ବାବଦ ଅର୍ଥରାଶି ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଉଛି । ଏହା ବ୍ୟତୀତ ଛାତ୍ରଛାତ୍ରୀଙ୍କ ପାଠ୍ୟ ପୁସ୍ତକ ମଧ୍ୟ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରାଯାଇଛି । ଏହି ବ୍ୟବସ୍ଥା ମାଧ୍ୟମରେ ରାଜ୍ୟର 3694 ଛାତ୍ରଛାତ୍ରୀ ଉପକୃତ ହେବେ ।

ସ୍କୁଲ ଆସି ପାରୁନଥିବା ଛାତ୍ରଛାତ୍ରୀଙ୍କ ଶୁଖିଲା ରାସନ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ପିଲାଙ୍କ ପାଖରେ ଶୁଖିଲା ରାସନ୍ ଓ ପାଠ୍ୟ ପୁସ୍ତକ ପହଞ୍ଚାଇବାର ପ୍ରକ୍ରିୟା ଆରମ୍ଭ ହୋଇ ସାରିଛି ।

ସ୍କୁଲ ଆସିପାରୁ ନଥିବା ଛାତ୍ରଛାତ୍ରୀମାନଙ୍କର କୌଣସି ଅସୁବିଧା ହେଲେ ସେମାନେ ନିଜ ଅଞ୍ଚଳରେ ଥିବା ଅଙ୍ଗନବାଡି କର୍ମୀ, ଆଶା କର୍ମୀ, ଏଏନ୍ଏମ୍ ବା ଆର୍ବିଏସ୍କେଙ୍କ ସହାୟତା ନେଇପାରିବେ । ଏହି ଛାତ୍ରଛାତ୍ରୀଙ୍କ ଚିକିତ୍ସା ପାଇଁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ର କିମ୍ବା ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ଓ କାଉନ୍ସେଲିଂ ପାଇଁ ନିଆଯିବ ।

ଏହା ସହ ସ୍କୁଲ ଆସିପାରୁନଥିବା ଏହି ଛାତ୍ରଛାତ୍ରୀଙ୍କ ଘରକୁ ପ୍ରତି ମାସରେ ବିଦ୍ୟାଳୟ ଶିକ୍ଷକ, ବ୍ଲକ୍ ସହଯୋଗୀ ଅଧିକାରୀ (ବିଆର୍ପି), ଆଇଇଭିମାନେ ତଦାରଖ କରିବା ପାଇଁ ଯିବେ । ସେମାନେ କିଭଳି ପଢୁଛନ୍ତି, ପଢ଼ାରେ କେତେ ଉନ୍ନତି କରୁଛନ୍ତି ଆଦି ସମ୍ପର୍କରେ ପଚାରି ବୁଝିବେ । ଛାତ୍ରଛାତ୍ରୀଙ୍କ ଉତ୍ତମ ପ୍ରଦର୍ଶନ ପାଇଁ ଅଭିଭାବକଙ୍କର କାଉନ୍ସେଲିଂ ମଧ୍ୟ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+