Get Updates
Get notified of breaking news, exclusive insights, and must-see stories!

ଅକ୍ଷୟ ତୃତୀୟାରେ ଲୋକସଭା ଭବନ ପରିସରରେ ମିଲେଟ ଶକ୍ତି କାଫେ ଏବଂ କୃଷି ସମୀକ୍ଷା କେନ୍ଦ୍ର ଉଦଘାଟିତ

ଭୁବନେଶ୍ୱର: 'ଅକ୍ଷୟ ତୃତୀୟା'ର ଶୁଭ ଅବସରରେ ଭୁବନେଶ୍ୱରର ଲୋକସେବା ଭବନ ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଏକ ମିଲେଟ୍ ଶକ୍ତି କାଫେ ଏବଂ କୃଷି ସମୀକ୍ଷା କେନ୍ଦ୍ର ଉଦଘାଟିତ ହୋଇଛି ।

ପୁଷ୍ଟି ହୀନତା ନିୟନ୍ତ୍ରଣରେ ମାଣ୍ଡିଆ ଓ ଅନ୍ୟାନ୍ୟ ମିଲେଟ୍ ଖାଦ୍ୟ ଶସ୍ୟ ର ଗୁରୁତ୍ଵ ଅନୁଭବ କରି ରାଜ୍ୟ ସରକାର ମିଲେଟ୍ ମିଶନ କାର୍ଯ୍ୟକାରୀ କରିଛନ୍ତି । ରାଜ୍ୟରେ ବର୍ତମାନ ସୁଦ୍ଧା ୧୪୨ ଟି ମିଲେଟ୍ outlet ଖୋଲା ଯାଇ ସାରିଲାଣି ।

Millet Shakti Cafe

ଏହି ଅବସରରେ ମୁଖ୍ୟମନ୍ତ୍ରୀ 'କୃଷି ସମୀକ୍ଷା କେନ୍ଦ୍ର'ର ଉଦଘାଟନ ମଧ୍ୟ କରିଥଲେ। ରାଜ୍ୟ କୃଷି ଭବନରେ ଏହି କେନ୍ଦ୍ର ଏକ 'central command and control system ' ଭାବେ କାର୍ଯ୍ୟ କରିବ। କମ୍ପ୍ୟୁଟର ଓ ସୂଚନା ପ୍ରଯୁକ୍ତିର ପ୍ରୟୋଗରେ ଏଠାରେ ଏହା କ୍ଷେତ୍ର ସ୍ତରରୁ ବିଭିନ୍ନ (real time information ) ସୂଚନା ବାସ୍ତବ ସମୟରେ ହାସଲ କରି ନିଷ୍ପତ୍ତି ନେବାରେ ସହାୟତା କରି ପାରିବ। ବିଭିନ୍ନ ଯୋଜନାର ସଫଳ ରୂପାୟନରେ ଏବଂ ଚାଷୀଙ୍କୁ ସହାୟତା କରିବାରେ ଏହି କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ରାଜ୍ୟ ସରକାରଙ୍କ ୫ ଟି ଆଭିମୁଖ୍ୟରେ ଏହି କେନ୍ଦ୍ର ସ୍ଥାପନ କରା ଯାଇଛି। କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ମୁଖ୍ୟ ମନ୍ତ୍ରୀଙ୍କୁ ଏହି କେନ୍ଦ୍ରର କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ ।

ଏହା ସହିତ ଲୋକ ସେବା ଭବନ ରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ଶିଶୁ ସନ୍ତାନ ମାନଂକ ପାଇଁ ଏକ creche 'କଳିକା' ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିଲେ। ଏଥିରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ତମାନ ୨୦ ଜଣ ଶିଶୁ ରହିବାର ବ୍ୟବସ୍ଥା କର ଯାଇଛି ।

ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ ଓ ମହିଳା ଓ ଶିଶୁ ବିକାଶ ସଚିବ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ଓଡିଶା ମିଲେଟ୍ସ ମିଶନ ନାମକ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଗ୍ରାମାଞ୍ଚଳର କ୍ଷୁଦ୍ର ଓ ନାମମାତ୍ର କୃଷକମାନଙ୍କ ଜୀବନଜୀବିକା ଏବଂ ପୁଷ୍ଟିକର ଖାଦ୍ୟର ସୁରକ୍ଷା କ୍ଷେତ୍ରରେ ମିଲେଟ୍ସର ମହତ୍ତ୍ଵକୁ ଅନୁଧ୍ୟାନ କରି ଓଡ଼ିଶା ସରକାର ଏହି କାର୍ଯ୍ୟକ୍ରମକୁ ରାଜ୍ୟର ୩୦ ଟି ଜିଲ୍ଲାର ୧୭୭ଟି ବ୍ଲକକୁ ସଂପ୍ରସାରିତ କରିଛନ୍ତି । ଏହି କାର୍ଯ୍ୟକ୍ରମକୁ ଭାରତ ସରକାର ଏବଂ ମିଳିତ ଜାତିସଂଘ ଏକ ମଡେଲ୍ ପଦକ୍ଷେପ ଭାବରେ ସ୍ଵୀକୃତି ଦେଇଛନ୍ତି ଏବଂ ଆଗାମୀ ଦିନରେ ଏପରି କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ଅନ୍ୟ ରାଜ୍ୟମାନଙ୍କୁ ପରାମର୍ଶ ଦେଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+