ଏପ୍ରିଲ ପହିଲା ଯାଏଁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ ପାଇଁ ନିଷ୍ପତ୍ତି, ମନ୍ତ୍ରୀଙ୍କ ନିର୍ଦ୍ଦେଶ

ପ୍ରଦୂଷଣ ସାର୍ଟିଫିକେଟ୍‌ ଏବଂ ଇ-ଚାଲାଣକୁ ନେଇ ଚିନ୍ତାରେ କିମ୍ବା ହରଡ଼ଘଣାରେ ପଡ଼ିଥିବା ଲୋକଙ୍କ ପାଇଁ ବଡ଼ ଆଶ୍ଵସ୍ତିକର ଖବର। ଏପ୍ରିଲ ପହିଲା ଯାଏଁ ବଢିଲା ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ। ବାଣିଜ୍ୟ ଓ ପରିବହନ ବିଭାଗର ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ‎ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ପ୍ରଦୂଷଣ ‎ନ ଥିଲେ ଜରିମାନା ନ ଲଗାଇବାକୁ ରାଜ୍ୟ ପରିବହନ ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ।

pollution

ଟୋଲଗେଟରେ ଇ-‎ଡିଟେକ୍ସନରେ କଟୁଥିବା ଏ ସମ୍ୱନ୍ଧୀୟ ଜରିମାନାକୁ ମଧ୍ୟ ସ୍ଥଗିତ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ପ୍ରଦୂଷଣ ‎ପ୍ରମାଣପତ୍ର ନ ଥିଲେ ମୋଟର ଯାନ ଆଇନ ଅନୁଯାୟୀ ଲାଗୁ ହେଉଥିବା 10 ହଜାର ଟଙ୍କା ଜରିମାନାକୁ ହ୍ରାସ କରିବା ‎ଦିଗରେ ତର୍ଜମା କରିବାକୁ ମଧ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ‎

ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି, ଗାଡ଼ିର ପ୍ରଦୂଷଣ ଯାଞ୍ଚ କରିବା ସମସ୍ତଙ୍କ ଦାୟିତ୍ୱ । ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି । ‎ଏହାର ସୁଧାର ଦିଗରେ କାର୍ଯ୍ୟ କରିବା ଆମ ସମସ୍ତଙ୍କ କର୍ତ୍ତବ୍ୟ । ସେଥିପାଇଁ ପରିବହନରେ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ ରଖି ‎ପ୍ରଦୂଷଣ ଯାଞ୍ଚ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି। ମୋଟର ଯାନ ଆଇନ ଅନୁଯାୟୀ ଏହା ବାଧ୍ୟତାମୂଳକ ମଧ୍ୟ ‎।

ଓଡ଼ିଶାରେ ମାତ୍ର ୨୧ ପ୍ରତିଶତ ଗାଡ଼ିରେ ପ୍ରଦୂଷଣ ପ୍ରମାଣପତ୍ର ରହିଛି । ଅନେକ ଗାଡ଼ି ଏହି ନିୟମର ବ୍ୟାପକ ଉଲ୍ଲଙ୍ଘନ ‎କରୁଛନ୍ତି। ଯାହାକୁ ଦୃଷ୍ଟିରେ ରଖି ଏ ଦିଗରେ ସଚେତନତା ବୃଦ୍ଧି କରିବାକୁ ପ୍ରଦୂଷଣ ପ୍ରମାଣପତ୍ରକୁ ଗୁରୁତ୍ୱ ଦିଆଯାଇଛି । ‎ ତେବେ ଜନସାଧାରଣ ଏଥିପାଇଁ ସମସ୍ୟାର ସମ୍ମୁଖୀନ ହେଉଥିବାର ଦୃଷ୍ଟିକୁ ଆସିବାରୁ ଜନସାଧାରଣଙ୍କ ସୁବିଧା ପାଇଁ ‎କୋହଳ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ସମୟ ଅବଧିରେ ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ ମନ୍ତ୍ରୀ ଶ୍ରୀ ଜେନା ‎କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+