For Quick Alerts
Turn On Notification  
For Daily Alerts
Oneindia App Download

ଭାରସାମ୍ୟ ହରାଇ ଓଲଟିଲା ମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ି, ୫ ଆହାତ

ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ନେଇ ଯାଉଥିବା ପାଇଲଟିଂ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଗଜପତି ଜିଲ୍ଲା ଅଡ଼ବା ଥାନା ବିରିକୋଟ ନିକଟ ହୁଲିଆପଦା ନିକଟରେ ଘଟିଛି ଦୁର୍ଘଟଣା ।

|

ମୋହନା: ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ନେଇ ଯାଉଥିବା ପାଇଲଟିଂ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଗଜପତି ଜିଲ୍ଲା ଅଡ଼ବା ଥାନା ବିରିକୋଟ ନିକଟ ହୁଲିଆପଦା ନିକଟରେ ଘଟିଛି ଦୁର୍ଘଟଣା । ଗାଡ଼ିର ଡ୍ରାଇଭର ପି.ଏସ. ରାଓଙ୍କ ସମେତ ଏସ୍ଆଇ ଏଲ.ବିଶ୍ୱନାଥ, କନେଷ୍ଟବଳ ଜିତୁ ପଟ୍ଟନାୟକ, କମଳା ଦେବୀ ଏବଂ ମଞ୍ଜୁଳା ଭୂୟାଁ ଗୁରୁତର ଆହାତ ହୋଇଛନ୍ତି ।

accident

ମିଳିଥିବା ସୂଚନାଅନୁଯାଇ, ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଆଜି ରାୟଗଡ଼ାରୁ ଭୁବନେଶ୍ୱର ଫେରୁଥିଲେ। ପାରଳାଖେମୁଣ୍ଡିରୁ ତାଙ୍କୁ ଏସକର୍ଟ କରି ନେଉଥିବା ପୋଲିସ୍ ଗାଡ଼ି ଉଲିଆପଦା ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଏଥିରେ ୫ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ବିରିକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ଏବେ ସ୍ଥିର ଥିବା ଜଣାପଡ଼ିଛି।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Minister's piloting vehicle overturns, 5 injured
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X