Get Updates
Get notified of breaking news, exclusive insights, and must-see stories!

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏଣିକି ଖରା ଦିନେ ବିଦ୍ୟୁତକାଟ୍‌.....

ଖରାଦିନେ ତାତି ଦିନକୁ ଦିନ ବଢ଼ୁଥିବା ବେଳେ ଏଥିରୁ ବଞ୍ଚିବା ପାଇଁ ଲୋକମାନେ ଫ୍ୟାନ୍ ଓ ACର ସାହାରା ନେଉଛନ୍ତି । କିନ୍ତୁ ବିଜୁଳି କାଟ୍ ସମସ୍ୟା ଚିନ୍ତା ବଢ଼ାଉଛି । ଏହାରି ମଧ୍ୟରେ ଏକ ବଡ଼ ବୟାନ ଦେଇଛନ୍ତି ମନ୍ତ୍ରୀ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଯେ, 'ରାଜ୍ୟରେ ଆଉ ଅଘୋଷିତ ବିଜୁଳି କାଟ୍ ହେବନି । ଦିନ ୧୧ଟାରୁ ୩ଟା ଓ ରାତିରେ ପାୱାର କଟ୍ ହେବନି ।'

ମଙ୍ଗଳବାର ଲୋକସେବା ଭବନରେ ଗ୍ରୀଷ୍ମ ମୁକାବିଲା ସମୀକ୍ଷା ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏଥିରେ ଖରାଦିନେ ବିଦ୍ୟୁତ୍‌ କାଟ୍‌ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୂର୍ବାହ୍ନ୧୧ଟାରୁ ୫ଟା ଏବଂ ରାତି ୯ରୁ ସକାଳ ୬ଟା ପର୍ଯ୍ୟନ୍ତ ଯେପରି ବିଦ୍ୟୁତ କାଟ୍‌ ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ସେ ଶକ୍ତି ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଯେପରି ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ।

suresh pujari

କାଳବୈଶାଖୀ ସମୟରେ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସଭା, ସମିତି ଗୁଡ଼ିକୁ ପିକ୍‌ ଟାଇମ୍‌ରେ ଅନୁମତି ନ ଦେଇ ସକାଳେ ଓ ମଧ୍ୟାହ୍ନରେ କରିବା ପାଇଁ ସେ କହିଥିଲେ। ଏମ୍‌ପି ଓ ବିଧାୟକମାନଙ୍କୁ ଏ ବିଷୟରେ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିସହିତ ଖରାଦିନେ ଗ୍ରାମାଞ୍ଚଳରେ ନିଆଁ ଲାଗିବାର ସମ୍ଭାବନା ଥିବାରୁ ଅଗ୍ନିଶମ ବିଭାଗ ସଜାଗ ରହିବାକୁ ସେ କହିଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+