Get Updates
Get notified of breaking news, exclusive insights, and must-see stories!

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା, କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା

କଟକର ସମସ୍ତ ବିପଦସଙ୍କୁଳ କୋଠାଗୁଡ଼ିକୁ ଶୀଘ୍ର ଭଙ୍ଗା ଯିବ । ଏ ନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ବିପଦସଙ୍କୁଳ କୋଠା ଚିହ୍ନଟ ପାଇଁ ବିଶେଷ କମିଟି ଗଠନ ହୋଇଛି । କଟକ ମହାନଗର ନିଗମର ସବୁ ୱାର୍ଡରେ ସର୍ଭେ କରୁଛନ୍ତି ସଦସ୍ୟ । ସର୍ଭେ ପରେ ଚିହ୍ନଟ ବିପଦସଙ୍କୁଳ କୋଠା ମାଲିକଙ୍କୁ ନୋଟିସ୍ ଦେଇ ଭଙ୍ଗାଯିବ । ପରବର୍ତ୍ତୀ ସମୟରେ ଆଇନ ଅନୁଯୟୀ କୋଠା ଭଙ୍ଗାଯିବ ।

cuttack news

କିଛିଦିନ ତଳେ କଟକରେ ଏକ ପୁରୁଣା କୋଠା ଭାଙ୍ଗି କିଛି ଲୋକଙ୍କ ମୃତ୍ୟୁ ହେବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଥିଲା। ନଭେମ୍ବର ୮ ତାରିଖରେ ଏକ ପୁରୁଣା କୋଠା ଭାଙ୍ଗିଯିବାରୁ କଟକ ମଣିସାହୁ ଛକ ହାଡିବନ୍ଧୁ ହାଇସ୍କୁଲ ନିକଟରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହାସହ ଜଣେ ମହିଳା ଓ ଜଣେ ଶିଶୁ ଗୁରୁତର ହୋଇଥିଲେ। ତେବେ ଅଘଟଣ ଘଟିଥିବା ଏ ଆପାର୍ଟମେଣ୍ଟର ବିଲ୍‌ଡିଂ ଆପ୍ରୁଭାଲ୍ ନଥିଲା। ବେଆଇନ ଭାବେ କରାଯାଇଥିଲା ୬ ମହଲା କୋଠା। ତା ଛଡ଼ା ଆପାର୍ଟମେଣ୍ଟର ମାଲିକାନାକୁ ନେଇ ବି ବିବାଦ ଲାଗିରହିଛି। କଟକରେ ଏମିତି ମାଳମାଳ ଅସୁରକ୍ଷିତ ବିଲ୍‌ଡିଂ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+