ରାଜ୍ୟରେ ବିଜୁଳି କାଟ୍ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ, ଖରାଦିନେ ହେବନି ବିଦ୍ୟୁତ୍ କାଟ:
ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପଦକ୍ଷେପ ନେଇଛନ୍ତି । ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଗୃହରେ ସୂଚନା ଦେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, ୩୦ ଜିଲା, ଟ୍ୱିନ୍ ସିଟି, ୧୦ ପୌରାଞ୍ଚଳ ପାଇଁ ହିଟୱେଭ ଆକ୍ସନ ପ୍ଲାନ ହୋଇଛି ।

ଆଉ ୩୧ ପୌରାଞ୍ଚଳ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ହିଟୱେଭ ଆକ୍ସନ ପ୍ଲାନ । ତେବେ ରାଜ୍ୟ ଓ ଜିଲାସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିଛି । ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭକୁ ସାମିଲ୍ ପାଇଁ ସୁପାରିସ୍ ହୋଇଛି । ଗୃହରେ ଲିଖିତ ଉତ୍ତର ରଖିଛନ୍ତି ରାଜସ୍ୱ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।












Click it and Unblock the Notifications