ନାବାଳିକାର ଶରୀର ଉପରିଭାଗ ପ୍ରାୟ ୭୦% ପୋଡ଼ିଛି: ଏମସ
ପିପିଲି: ବଳଙ୍ଗା ଥାନା ନାବାଳିକା ଜାଳିଦେବା ମାମଲାରେ ନାବାଳିକାଙ୍କ ଶରୀରର ୭୦ ପ୍ରତିଶତ ଜଳିଯାଇଛି । ଏମସର ବଣ୍ଣ ୟୁନିଟକୁ ନାବାଳିକାକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ପୀଡିତାଙ୍କ ପରିବାରକୁ ଭେଟିଛନ୍ତି ଉପଜିଲ୍ଲାପାଳ । ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି ା ନିମାପଡା ବିଡିଓ ୧୫ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି ।

ଏମ୍ସରେ ଚିକିତ୍ସିତ ହେଉଛନ୍ତି ବଳଙ୍ଗା ପୋଡି ଛାତ୍ରୀ । କିଏ ଏମିତି କଲା ଓ କାହିଁକି କଲା ତଦନ୍ତ କରୁଛି ପୁଲିସ । ସୂଚନାମୁତାବକ, ସକାଳୁ ସାଙ୍ଗ ଘରକୁ ଯାଉଥିଲା ବାଟରେ ନାବାଳିକାକୁ ଉଠାଇନେଲେ ୩ ଦୁର୍ବୃତ୍ତ । ମୁହଁରେ କପଡ଼ା ବାନ୍ଧି ଭାର୍ଗବୀ ନଦୀ ପଠାକୁ ନେଇଗଲେ । ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଜାଳିଦେଲେ । ଅଘଟଣ ବେଳେ ପହଞ୍ଚିଥିଲେ କିଛି ସ୍ଥାନୀୟ ଲୋକ ।
ଲୋକଙ୍କୁ ଦେଖି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ । ନିଆଁ ଲିଭାଇବା ସହ ନାବାଳିକାକୁ କରିଥିଲେ ଉଦ୍ଧାର । ମତେ ବଞ୍ଚାନ୍ତୁ ବୋଲି ଗୁହାରି କରିଥିଲେ ନାବାଳିକା । ନାବାଳିକାର ପୋଷାକ, ଚପଲ ପୋଡ଼ି ଯାଇଥିଲା । ତୁରନ୍ତ ନାବାଳିକା ଘରେ ଖବର ଦିଆଯାଇଥିଲା । ପିପିଲି ମେଡିକାଲରେ ଦିଆଯାଇଥିଲା ପ୍ରାଥମିକ ଚିକିତ୍ସା । ପରେ ପୀଡ଼ିତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି । ଏଥିସହ ସେଠାରେ ପ୍ରତ୍ୟକ୍ଷଦର୍ଶୀ ଦେଖି କହିଛନ୍ତି ମୁଁ ତଙ୍କୁ ଉଦ୍ଧାର କରିଛି ଆଜି ସକାଳେ ସେହି ଘଟଣା ଘଟିଥିଲା ।
ଅଚାନକ ଝିଅଟି ଦୌଡି ଆସି କହିଲା ମୋତେ ବଂଚାଇ ଦିଅନ୍ତୁ ମୋତେ ପାଣି ଟୋପୋ ଦିଅନ୍ତୁ । ମୁଁ ତାଙ୍କୁ ପଚାରିବାରୁ ଝିଅଟିଏ କହିଲା ମୋତେ ଉଠାଇ ନେଇ ତିନିଜଣ ମୋ ମୁହଁ ବାନ୍ଧି ମୋତେ ଟେକିନେଲେ ମୁଁ ଦେଖିବା ବେଳେ ଚମଡା ଜଳି ହୋଇ ଥପଥପ ହୋଇପଡୁଥିଲା ଯାହା ଦେଖିବା ସ୍ଥିତି ରେ ଥିଲି ମୁଁ । ସେହି ସମୟରେ ସେ ବାରମ୍ବାର ପାଣି ଟୋପୋ ମାଗି ଚାଲିଥିଲା ଯାହା ଦେଖିବା ସ୍ଥିତି ରେ ନଥିଲା ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା











Click it and Unblock the Notifications