Get Updates
Get notified of breaking news, exclusive insights, and must-see stories!

ଚାନ୍ଦିପୁରରେ ଆଜି କ୍ଷେପଣାସ୍ତ୍ର ପରୀକ୍ଷଣ, ସ୍ଥାନାନ୍ତର ହେବେ ୬ ଗାଁର ୩୨୦୦ ବାସିନ୍ଦା

ଚାନ୍ଦିପୁରରେ ଆଜି କ୍ଷେପଣାସ୍ତ୍ର ପରୀକ୍ଷଣ । ଚାନ୍ଦିପୁର ଆଇଟିଆର ଏଲସି-୩ କ୍ଷେପଣାସ୍ତ୍ର ଘାଟିରୁ ହେବାକୁ ଥିବା କ୍ଷେପଣାସ୍ତ୍ର ପରୀକ୍ଷଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି ।

ରୀକ୍ଷଣ ପାଇଁ ନିର୍ଦ୍ଧାରିତ ହୋଇଥିବା ସାଢେ ୨ କିଲୋମିଟର ପରିଧି ଅଞ୍ଚଳର ଜନସାଧାରଣଙ୍କୁ ସ୍ଥାନାନ୍ତର ଓ ସୁରକ୍ଷା ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାନ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି । ସ୍ଥାନାନ୍ତର ହେବେ ୬ ଗାଁର ୩୨୦୦ ବାସିନ୍ଦା ।

Missile test in Chandipur today

ଜୟଦେବକସବା ପାହି ଓ ସାହାଜାନଗର ପାହି , ଭୀମପୁର ପାହି, ତୁଣ୍ଡରା ପାହି , ଖଡୁପାହି ଓ କୁସୁମୁଳୀ ଅଞ୍ଚଳର ମୋଟ ୩୨୦୦ ଲୋକଙ୍କୁ ସ୍ଥାନାନ୍ତର ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁବନ୍ଦୋବସ୍ତ କରାଯାଇଛି । ଖଡୁ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅସ୍ଥାୟୀ ଶିବିର ନିର୍ମାଣ କରାଯାଇଛି । ସେମାନଙ୍କୁ ସେଠାରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି ।

ଆଶ୍ରୟସ୍ଥଳୀ ଗୁଡିକରେ ସ୍ଥାନାନ୍ତରିତ ଲୋକଙ୍କ ପାଇଁ ୧୦୦ରୁ ଉର୍ଦ୍ଧ୍ବ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି । କ୍ଷେପଣାସ୍ତ୍ର ପରୀକ୍ଷା ଶେଷ ହେବା ପର୍ଯ୍ୟନ୍ତ ଅସ୍ଥାୟୀ ଶିବିରରେ ରହିବାକୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+