Get Updates
Get notified of breaking news, exclusive insights, and must-see stories!

5T ସ୍କୁଲର ଦାୟିତ୍ୱ ନେବ ମିଶନ ଶକ୍ତି ମହିଳା: ସୁଜାତା କାର୍ତ୍ତିକେୟନ

5T ସ୍କୁଲର ଦାୟିତ୍ୱ ନେବ ମିଶନ ଶକ୍ତି ମହିଳା । ସ୍କୁଲର ରକ୍ଷାଣବେକ୍ଷଣ କରିବେ ମିଶନ ଶକ୍ତିର ମା’ । ଏହାସହ ଜଙ୍ଗଲ ବିଭାଗର ବିଭିନ୍ନ ଦାୟିତ୍ୱ ନେଇ ନିଆଁ ଲିଭାକାର୍ଯ୍ୟରେ ବି ସେମାନେ ନିୟୋଜିତ ହେବେ ।

Mission Shakti

ଭୁବନେଶ୍ୱର: 5T ସ୍କୁଲର ଦାୟିତ୍ୱ ନେବ ମିଶନ ଶକ୍ତି ମହିଳା । ସ୍କୁଲର ରକ୍ଷାଣବେକ୍ଷଣ କରିବେ ମିଶନ ଶକ୍ତିର ମା' । ଏହାସହ ଜଙ୍ଗଲ ବିଭାଗର ବିଭିନ୍ନ ଦାୟିତ୍ୱ ନେଇ ନିଆଁ ଲିଭାକାର୍ଯ୍ୟରେ ବି ସେମାନେ ନିୟୋଜିତ ହେବେ । ଏନେଇ ବରିଷ୍ଠ ଅଧିକାରୀ ସମ୍ମିଳନୀରେ ସୂଚନା ଦେଇଛନ୍ତି ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ।

ଏହାସହ ମିଶନ ଶକ୍ତି ମହିଳାଙ୍କ ପାଇଁ ପ୍ରତ୍ୟେକ ଜିଲ୍ଲାରେ ନିର୍ମାଣ ହେବ ଇଣ୍ଡରଷ୍ଟ୍ରିଆଲ ପାର୍କ । ଆସନ୍ତା ତିନି ବର୍ଷ ଭିତରେ ଏହାକୁ କାର୍ଯ୍ୟକ୍ଷମ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ଜିଲ୍ଲାପାଳ ମାନଙ୍କୁ ଜମି ଚିହ୍ନଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମିଶନ ଶକ୍ତି ମହିଳାଙ୍କୁ ନୂଆ ସରକାରୀ କାମ ଦିଆଯାଉଛି । ବର୍ତ୍ତମାନ ୧୫ ଟି ବିଭାଗରେ କାମ କରୁଛନ୍ତି ମିଶନ ଶକ୍ତି ମହିଳା ।

Mission Shakti

ରୋ ପ୍ରତିଶତ ସୁଧ ମିଶନ ଶକ୍ତି ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ - ଚଳିତ ବର୍ଷ ପ୍ରାୟ ୩ ଲକ୍ଷରୁ ଅଧିକ ଗୋଷ୍ଠୀକୁ ୧୦ ହଜାର କୋଟି ଟଙ୍କାର ଋଣ ପ୍ରଦାନ କରାଯିବ । ୨୦୦ କୋଟି ସୁଧ ଛାଡ଼ ରାଶି ସିଧାସଳଖ ଏସ୍‌ଏଚ୍‌ଜି ଆକାଉଣ୍ଟକୁ ପ୍ରଦାନ କରାଯାଉଛ । ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୫୦,୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଏସ୍‌ଏଚ୍‌ଜିଗୁଡ଼ିକୁ ସୁଧ ଫେରସ୍ତ ବାବଦକୁ ୧୨୦୦ କୋଟି ଟଙ୍କା ପ୍ରଦାନ ପାଇଁ ବ୍ୟବସ୍ଥା କରାଯାଇଛି ।

Mission Shakti

ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଥିବା ରାଜ୍ୟର ୬ ଲକ୍ଷ ସ୍ଵୟଂ ସହାୟକ ଗୋଷ୍ଠୀ ଅଧୀନରେ ୭୦ ଲକ୍ଷରୁ ଅଧିକ ମହିଳାଙ୍କୁ ସଶକ୍ତ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ଏବେ ମିଶନ ଶକ୍ତି ସ୍ଵୟଂ ସହାୟକ ଗୋଷ୍ଠୀଗୁଡ଼ିକୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ (ଏସ୍ଏମ୍ଇ) ରେ ପରିଣତ କରିବା ନିମନ୍ତେ ଏକ ରୂପାନ୍ତରଣକାରୀ ଯାତ୍ରା ଆରମ୍ଭ କରିବାକୁ ଯାଉଛି । ଏହି କାର୍ଯ୍ୟକ୍ରମକୁ ଆଗେଇ ନେବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାମାନଙ୍କୁ ବୃହତ ବ୍ୟବସାୟ ପ୍ରତିଷ୍ଠା ଏବଂ ଏହାର ବ୍ୟାପକ ପରିଚାଳନାରେ ସାହାଯ୍ୟ କରିବା ପାଇଁ ଅନେକ ପଦକ୍ଷେପ ଘୋଷଣା କରିଛନ୍ତି ବୋଲି କହିଛନ୍ତି ମହିଳା ଓ ଶିଶୁ କଲ୍ୟାଣ, ମିଶନ ଶକ୍ତି ବିଭାଗର ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+