କଂଗ୍ରେସର ଅନାସ୍ଥା ପ୍ରସ୍ତାବକୁ କଟାକ୍ଷ କଲେ ବିଧାୟକ ବାବୁ ସିଂ, କହିଲେ ଜଗତେ କେବଳ ଜନେ ହସିବେ

ବିଧାନସଭା ମୌସୁମୀ ଅଧିବେଶନରେ କଂଗ୍ରେସ ବିଜେପି ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି । ଗୁରୁବାର କଂଗ୍ରେସ ବିଧାୟକମାନେ ଚିଠି ଦେବା ସହ ମୋହନ ମାଝୀଙ୍କ ସରକାର ବିରୋଧରେ ଅନାସ୍ଥା ଆଣିଛନ୍ତି । ତେବେ ଏହି ଅନାସ୍ଥା ପ୍ରସ୍ତାବ ନେଇ କଟାକ୍ଷ କରିଛନ୍ତି ବିଜେପି ବିଧାୟକ ବାବୁ ସିଂ। ସେ କହିଛନ୍ତି ଜଗତେ କେବଳ ଜନେ ହସିବେ। ଅନାସ୍ଥା ଆଣିବାକୁ ହେଲେ ପାଖାପାଖି ସଂଖ୍ୟା ରହିବା କଥା। ଏକ ଦଶମାଂଶ ସଂଖ୍ୟା ଥାଇ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି , ତେଣୁ କିଛି ପ୍ରଭାବ ପଡିବନି।

MLA Babu Singh
ଅନ୍ୟପଟେ କଂଗ୍ରେସର ଅନାସ୍ଥା ପ୍ରସ୍ତାବକୁ କଟାକ୍ଷ କରିଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର । ସେ କହିଛନ୍ତି ବିଜେଡି ଓ କଂଗ୍ରେସ ଭିତରେ ସିଲ୍‌ଭର୍‌ ମେଡାଲ ପାଇଁ ଲଢେଇ ଲାଗିଛି। ଅନାସ୍ଥାର କୌଣସି ପ୍ରଭାବ ସରକାରଙ୍କ ଉପରେ ପଡିବ ନାହିଁ। ଅନାସ୍ଥା ଆଣିଲେ କଂଗ୍ରେସ ଲୋକହଂସା ହେବ। ସଂଖ୍ୟା ନଥାଇ ଅନାସ୍ଥା ଆଣିବା , କେବଳ ଗଣମାଧ୍ୟମରେ ଚର୍ଚ୍ଚାରେ ରହିବାକୁ କଂଗ୍ରେସର ଏକ ଷ୍ଟଣ୍ଟ ବୋଲି କହିଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର କହିଛନ୍ତି।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+