ଉପବାଚସ୍ପତି ହେଲେ ତଲସରା ବିଧାୟକ ଭବାନୀ ଶଙ୍କର ଭୋଇ
ଭୁବନେଶ୍ୱର : ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଭୋଇ ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଛନ୍ତି। ତଳସରାରୁ ସେ ବିଧାନସଭାକୁ ଦୁଇଥର ନିର୍ବାଚିତ ହୋଇଛନ୍ତି। ସପ୍ତଦଶ ଓଡ଼ିଶା ବିଧାନସଭାରେ ଭବାନୀ ଶଙ୍କର ଭୋଇ ଉପବାଚସ୍ପତି ହୋଇଛନ୍ତି। ତାଙ୍କର ନାମକୁ ଗୃହରେ ବୁଧବାର ଅପରାହ୍ଣରେ ବାଚସ୍ପତି ସୁରମା ପାଢ଼ୀ ଘୋଷଣା କରିଛନ୍ତି।

ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କୁ ଶାସକ ଦଳ ସମେତ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଓ କଂଗ୍ରେସର ନେତା ରାମଚନ୍ଦ୍ର କାଡ଼ାମ ସମର୍ଥନ ଜଣାଇଛନ୍ତି। ଶ୍ରୀ ଭୋଇ ନିର୍ଦ୍ଵନ୍ଦରେ ନିର୍ବାଚିତ ହେଲା ପରେ ତାଙ୍କୁ ବିଧାୟକମାନେ ଶୁଭେଚ୍ଛା ଜଣାଇଛନ୍ତି। ଭବାନୀ ଦୁଇ ଦୁଇ ଥରର ତଳସରା ବିଧାନସଭା ଆସନରୁ ନିର୍ବାଚିତ ହୋଇଛନ୍ତି । ୨୦୧୯ ଓ ୨୦୨୪ରେ ତଳସରାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଭବାନୀ। ତେବେ ଭବାନୀ ଶଙ୍କରଙ୍କୁ ଉପ-ବାଚସ୍ପତି ପ୍ରାର୍ଥୀ ଭାବେ ଚୟନ କରିଥିଲା ଶାସକ ବିଜେପି ।












Click it and Unblock the Notifications