• search
For Quick Alerts
Turn On Notification  
For Daily Alerts
Oneindia App Download

ହାଇକୋର୍ଟ ଗଲେ ବିଧାୟକ ମହମ୍ମଦ ମୋକିମ୍

|

କଟକ: ହାଇକୋର୍ଟର ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ୍ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ରାୟ ବିରୋଧରେ ହାଇକୋର୍ଟ ଗଲେ । ORHDCଦୁର୍ନୀତି ମାମଲାରେ ୩ ବର୍ଷ ଜେଲ୍ ସହ ଜୋରିମାନାରେ ଦଣ୍ତିତ ହୋଇଛନ୍ତି ।

Mohammed Mokim

ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଜେଲ୍ ଦଣ୍ଡାଦେଶ ଦେଇଥିଲେ । ଫଳରେ ମୋକିମଙ୍କ ବିଧାୟକ ପଦ ରଦ୍ଦ ହେବାର ସମ୍ଭାବନା ମଧ୍ୟ ରହିଛି । ହାଇକୋର୍ଟରୁ ରହିତାଦେଶ ମିଳିଲେ ସଦସ୍ୟ ପଦ ବଜାୟ ରଖିପାରିବେ ।

ଏଥିସହ ଅବସରପ୍ରାପ୍ତ ପୂର୍ବତନ ଆଇଏଏସ୍ ଅଧିକାରୀ ବିନୋଦ କୁମାରଙ୍କୁ କୋର୍ଟ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି । ସେହିପରି କମ୍ପାନୀ ସେକ୍ରେଟାରୀ ସ୍ୱସ୍ତି ରଞ୍ଜନଙ୍କୁ ମଧ୍ୟ ଏହି ମାମଲାରେ ୩ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି । ସମସ୍ତ ୪ ଜଣଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୫୦ ହଜାର ଲେଖାଏଁ ଜରିମାନା ହୋଇଛି ।

ସମସ୍ତ ଅଭିଯୁକ୍ତ ଅପରାଧିକ ଷଡ଼ଯନ୍ତ୍ର କରି ସରକାରଙ୍କୁ କ୍ଷତି ପହଞ୍ଚାଇଥିଲେ ଓ ଅନୁଚିତ ଉପାୟରେ ଏକ ବିଲଡର ସଂସ୍ଥାକୁ ଲାଭ ଦେଇଥିଲେ। ମାମଲାର ଶୁଣାଣି ବେଳେ ୧୭ରୁ ଅଧିକ ସାକ୍ଷୀଙ୍କୁ ପଚରାଉଚରା କରାଯାଇଥିଲା । ମେଟ୍ରୋ ବିଲଡର୍ସକୁ ୧୫୦ ଲକ୍ଷ ଟଙ୍କାର ଋଣ ଦେଇଥିଲା ORHDC । ସେହିପରି ଅଭିଯୁକ୍ତଙ୍କ ବିରୋଧରେ କୋର୍ଟରେ ଯେଉଁ ତଥ୍ୟ ପ୍ରମାଣ ଦିଆଯାଇଥିଲା, ତାହା ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Mohammed Moquim Case: MLA Mohammed Moquim Moves High Court
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X