ପୁନଃବିଚାର ହୋଇପାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌, ସୂଚନା ଦେଲେ କମିଟି ଅଧ୍ୟକ୍ଷ

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଚଳିତ ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ବିଭିନ୍ନ ସାମାଜିକ ସଂଗଠନ, ସାଧାରଣ ଲୋକେ ସମାଲୋଚନା ବି କରିଥିଲେ। ତେବେ ଆସନ୍ତା ବଜେଟ ଅଧିବେଶନରେ ପୁନଃବିଚାର ହୋଇ ବିଲ୍‌ ପାରିତ ହୋଇପାରେ ବୋଲି ସେ କହିଛନ୍ତି।

MLA salary

ବିଧାୟକଙ୍କ ଦରମା କମିପାରେ ବୋଲି ବି ସେ କହିଛନ୍ତି। ଆପାତତଃ ସୁହାଇଲା ଭଳି ସର୍ବନିମ୍ନ ଆବଶ୍ୟକ ମୁତାବକ ଦରମା କରାଯାଉ। ସରକାର ବିଚାର କରୁଛନ୍ତି ନିଶ୍ଚିତ ଅନୁଧ୍ୟାନ କରି ପଦକ୍ଷେପ ନେବେ।

ଭାସ୍କର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ପୂର୍ବରୁ ତିନିଥର କାର୍ଯ୍ୟ କରିଛନ୍ତି ଏବଂ ବର୍ତ୍ତମାନ ୧୭ଶ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।

୨୦୨୪ରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ, ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଉଦଳା ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୬,୪୦୧ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥ ଶ୍ରୀନାଥ ସୋରେନ୍‌ଙ୍କୁ ୬,୫୧୭ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+