Get Updates
Get notified of breaking news, exclusive insights, and must-see stories!

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଧାୟକ

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ । ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଜେଡି ବିଧାୟକ ଧ୍ରୁବ ଚରଣ ସାହୁ । ରାଜ୍ୟ ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନରେ ଆକ୍ଟିଭମୋଡକୁ ଆସିଛନ୍ତି ବିଜେଡି ବିଧାୟକମାନେ ।

Opposition

ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ, ଆଜି ସମାନ ପ୍ରସଙ୍ଗରେ ଉଭୟ ବିଜେଡି ଓ କଂଗ୍ରେସ ବିଧାୟକମାନେ ସରକାରଙ୍କୁ ଘେରିଛନ୍ତି । ରାଜ୍ୟପାଳଙ୍କ ପୁଅ ଜଣେ ଏଏସଓଙ୍କୁ ମାଡ ମାରିବା ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଓ ଗୃହରେ ଏନେଇ ଆଲୋଚନା କରିବାକୁ ଦାବି କରିଥିଲେ ବିରୋଧୀଦଳର ବିଧାୟକ ।

ଏହାକୁ ନେଇ ଗୃହ ଭିତରେ ହୋ ହାଲ୍ଲା ଦେଖିବାକୁ ମିଳିଥିଲା । ବିରୋଧୀଦଳ ବିଧାୟକମାନେ ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଓଡ଼ିଆ ଅସ୍ମିତା କୁଆଡେ ଗଲା ବୋଲି ପ୍ରଶ୍ନ କରିଥିଲେ । ଏହି ହୋ ହାଲ୍ଲା ଭିତରେ ରାଜନଗର ବିଜେଡି ବିଧାୟକ ଧ୍ରୁବ ସାହୁ ବାଚସ୍ପତି ସୁରମା ପାଢୀଙ୍କ ପୋଡିୟମ ନିକଟକୁ ଯାଇ ତାଙ୍କ ମାଇକ୍ ଟାଣି ଆଣିଥିଲେ । ମାଇକଟି ତଳେ ପଡିଯିବାରୁ ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+