ଶୁଭାରମ୍ଭ ହେଲା 'ମୋ ବାଡି-ମୋ ବଗିଚା': ଏଣିକି ସରକାରୀ ବାସଭବନର ଖାଲି ଜାଗାରେ ଲଗାଯିବ ଫଳ ଗଛ, ଚାଷ ହେବ ପନିପରିବା
ଓଡ଼ିଶା ସରକାରଙ୍କ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ ‘ମୋ ବାଡ଼ି-ମୋ ବଗିଚା’ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆଜି ଏହାର ଶୁଭାରମ୍ଭ କରିଛନ୍ତି
ଭୁବନେଶ୍ୱର: ସ୍ମାର୍ଟସିଟିକୁ ସବୁଜସୁନ୍ଦର କରିବା ସହ ତଟକା ଫଳ, ପନିପରିବା ଇତ୍ୟାଦି ନିଜ ବାଡିରୁ ପାଇବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ 'ମୋ ବାଡ଼ି-ମୋ ବଗିଚା' କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆଜି ଏହାର ଶୁଭାରମ୍ଭ କରିଛନ୍ତି ।

ମନ୍ତ୍ରୀ ଡ. ସାହୁ ଗଙ୍ଗନଗରସ୍ଥିତ କ୍ୱାଟର ନଂ ୨ଆର୍-୩୨ ପରିସରରେ ଫଳଗଛ ଚାରା ରୋପଣ କରି ଏହି କାର୍ଯ୍ୟକ୍ରମକୁ ବିଧିବଦ୍ଧ ଭାବେ ଉଦ୍ଘାଟନ କରିଛନ୍ତି । ଚଳିତ ବର୍ଷ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ ଭୁବନେଶ୍ୱର ସହରର ଏକ ହଜାର ସରକାରୀ ବାସଭବନରେ
୨ଟି ଆମ୍ବ, ୨ଟି ପଣସ ଓ ୨ଟି ବେଲ ଚାରା ସହ ପନିପରିବା ପୁଡ଼ିଆ ଓ ଖତସାର ଇତ୍ୟାଦି ବଣ୍ଟନ କରିବା କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ଭୁବନେଶ୍ୱରର ସରକାରୀ କ୍ୱାଟରଗୁଡ଼ିକରେ ଥିବା ଖାଲି ଜାଗାରେ ଫଳଗଛ ଲଗାଇବା ଦ୍ୱାରା ପରିବେଶ ସନ୍ତୁଳନ ସହିତ ଗଛର ଛାଇ ଓ ସୁସ୍ୱାଦୁ ଫଳ ପାଇହେବ । ରାଜ୍ୟ ସରକାରଙ୍କ ଏହି ଯୋଜନାରେ ଫଳଗଛ ଚାରା ଯଥା ଆମ୍ବ, ପଣସ ଓ ବେଲ ଚାରା ସହ ପନିପରିବା ମଂଜି କିଟ୍ ଏବଂ ଜୈବିକ ସାର ଓ ଔଷଧ ତଥା ରୋପଣ ବିଧିର ପୁସ୍ତିକା ବିନାମୂଲ୍ୟରେ ଯୋଗାଇଦେବାର ବ୍ୟବସ୍ଥା ରହିଛି ।
ତେଣୁ ସରକାରଙ୍କ ଏହି ପ୍ରୟାସରେ ସମସ୍ତଙ୍କୁ ଭାଗୀଦାର ହେବା ପାଇଁ ମନ୍ତ୍ରୀ ଡ. ସାହୁ ଆହ୍ୱାନ ଦେବା ସହିତ ଏହି କାର୍ଯ୍ୟକ୍ରମ ଭୁବନେଶ୍ୱରକୁ ସବୁଜସୁନ୍ଦର କରି ଗଢ଼ିତୋଳିବାରେ ସହାୟକ ହେବ ବୋଲି କହିଛନ୍ତି । ଏହି ଅବସରରେ ଜନସାଧାରଣଙ୍କ ମଧ୍ୟରେ ବୃକ୍ଷରୋପଣ ତଥା
ଫଳଗଛ ଲଗାଇବା ଦିଗରେ ସଚେତନତା ବୃଦ୍ଧି କରିବା ପାଇଁ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ପ୍ରଚାରଗାଡ଼ିକୁ ମନ୍ତ୍ରୀ ଡ. ସାହୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications