ଆଜିଠୁ ରାଉରକେଲାରେ ଆରମ୍ଭ ହେବ 'ମୋ ବସ' ସେବା, ସରକାରୀ ମେଡିକାଲ କଲେଜର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆଜିଠୁ ରାଉରକେଲାରେ ଆରମ୍ଭ ହେବ 'ମୋ ବସ' ସେବା, ସରକାରୀ ମେଡିକାଲ କଲେଜର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଆଜିଠୁ ରାଉରକେଲାରେ ଗଡିବ 'ମୋ ବସ' । ପ୍ରଥମ ପର୍ଯ୍ୟାୟରେ ୩୦ଟି 'ମୋ ବସ୍ ' ଚଳାଚଳ କରିବ । ଆଜି ଅପରାହ୍ନ ୪.୧୨ 'ମୋ ବସ'ର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଉରକେଲା ସହର ଏବଂ ନିକଟବର୍ତ୍ତୀ ଅଞ୍ଚଳରେ 'ମୋ ବସ' ସେବା ଆରମ୍ଭ ହେବ । ଏଥି ସହିତ ସୁନ୍ଦରଗଡ଼ରେ ନିର୍ମିତ ହୋଇଥିବା ମେଡିକାଲ କଲେଜର ମଧ୍ୟ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।

mo bus
ସୂଚନା ମୂତାବକ ଦିନ ୧୨ଟା ୧୫ରେ ରାଉରକେଲାରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରୁ ସିଧା ହକି ଷ୍ଟାଡିୟମ ଯିବେ ମୁଖ୍ୟମନ୍ତ୍ରୀ । ଷ୍ଟାଡିୟମରେ ରହୁଥିବା ଖେଳାଳିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରେ ଅପରାହ୍ନ ୪ ଟାରେ ଡିଏଭି ପୋଖରୀ ନିକଟରେ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତରେ ୧୧ ଶହ କୋଟି ଟଙ୍କାରୁ ଅଧିକ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବେ। ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ହକି ଷ୍ଟାଡିୟମ ଉଦ୍‌ଘାଟନ କରିବା ପରେ ବାସନ୍ତୀ କଲୋନି ଡିଏଭି ପୋଖରୀର ୱାଟର ପାର୍କ ଉଦ୍‌ଘାଟନ କରିବେ। ତା'ପରେ ୧୪୬ କୋଟି ୫୫ ଲକ୍ଷରୁ ଅଧିକ ଟଙ୍କା ବ୍ୟୟରେ ନିର୍ମିତ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ, ମଲ୍ଡିଂ କାର୍‌ ପାର୍କିଂ ବ୍ୟବସ୍ଥା, ୧୧ କୋଟି ୯୯ ଲକ୍ଷ ବ୍ୟୟରେ ତିଆରି ଡିଏଭି ପୋଖରୀର ୱାଟର ପାର୍କ, ୧୭ କୋଟି ୯୩ ଲକ୍ଷ ଟଙ୍କାର ହନୁମାନବାଟିକା ଛକରୁ ଆର୍‌ଏସ୍‌ପି ମେନ୍‌ ଗେଟ୍‌ ପର୍ୟ୍ୟନ୍ତ ରିଂ ରୋଡର ସୌନ୍ଦର୍ୟ୍ୟକରଣ, ପ୍ରସିଦ୍ଧ ଶୈବ୍ୟପୀଠ ବେଦବ୍ୟାସରେ ୧୬ କୋଟି ୭ ଲକ୍ଷ ଟଙ୍କା ବ୍ୟୟରେ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପକୁ ମଧ୍ୟ ଉଦ୍‌ଘାଟନ କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+