ମୋଦକ ଚୋରି ମାମଲା ; ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ମାଗିଲେ ଆଇନ ମନ୍ତ୍ରୀ

ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମୋଦକ ଚୋରି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ମାଗିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ରିପୋର୍ଟ ଆସିଲେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।

Modak theft case

ଆଜି ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଦଶମୂଳ ମୋଦକ ଚୋରି ହୋଇଛି।ଏଥିପାଇଁ ଶ୍ରୀଜିଉଙ୍କୁ ଲାଗି କରାଗଲା ମାରା ମୋଦକ। ୭୦ଟି ମୋଦକ ଚୋରି ହୋଇଯାଇଥିବା ଅଭିଯୋଗ ହୋଇଛି । କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଛନ୍ତି ବଳଭଦ୍ରଙ୍କ ବାଡ଼ଗ୍ରାହୀ ହଳଧର ଦାସ ମହାପାତ୍ର ।

ସ୍ନାନ ପୂର୍ଣ୍ଣିମାରେ ମହାସ୍ନାନ ପରେ ଜ୍ବରରେ ପଡ଼ିଛନ୍ତି ମହାପ୍ରଭୁ । ସୁସ୍ଥ ହେବା ପାଇଁ ପାରମ୍ପରିକ ପଦ୍ଧତିରେ ଚାଲିଛି ଚିକିତ୍ସା । ଫୁଲୁରି ତେଲ ଲାଗି ପରେ ରାଜବୈଦ୍ୟ ଦଶମୂଳ ମୋଦକ ଗାରଦରେ ଦାଖଲ କରିବାର ପରମ୍ପରା ରହିଛି ।

ରାଜବୈଦ୍ୟ ମୋଟ ୩୧୩ଟି ମୋଦକ ଦାଖଲ କରିଥାନ୍ତି । କିନ୍ତୁ ଏଥିରୁ ୭୦ଟି ମୋଦକ କମ ଥିବା ଅଭିଯୋଗ ହୋଇଛି । ୩୧୩ ସ୍ଥାନରେ ୨୪୩ଟି ମୋଦକ ମହାପ୍ରଭୁଙ୍କୁ ଲାଗି କରାଯାଇଥିବା ଅଭିଯୋଗ ଆଣିଛନ୍ତି ହଳଧର ଦାସ ମହାପାତ୍ର । ୭୦ଟି ମୋଦକ ଚୋରି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+